Masthead

ନବ ଦାସଙ୍କ ରୋଷେୟା ମୃତ୍ୟୁ ମାମଲା, ପୁଣି ଖୋଲିବ ଫାଇଲ୍

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ରୋଷେୟା ଲଳିତ ସାହୁ ମୃତ୍ୟୁ ମାମଲାରେ ନୂଆମୋଡ଼। ୩୪ ମାସ ପରେ ପୁଣି ଖୋଲିବ ଫାଇଲ।ଉତ୍ତରାଞ୍ଚଳ ଆଉଜିଙ୍କୁ ନିଦେ୍ର୍ଦଶ ଦେଲେ ପୋଲିସ ଡିଜି। ନିରପେକ୍ଷ ତଦନ୍ତ ସହ ନ୍ୟାୟ ମାଗିଲେ ଲଳିତଙ୍କ ବାପା ବେଲାଲସେନ ସାହୁ । ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକ ଡେଙ୍ଗବୋରେଇ ଗାଁର ଲଳିତ ସାହୁ। ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ଝାରସୁଗୁଡ଼ା ସ୍ଥିତ ବାସଭବନରେ ରହୁଥିବା ବ୍ୟକ୍ତିଗତ କର୍ମଚାରୀଙ୍କ ପାଇଁ ରୋଷଇ କରୁଥିଲେ କିନ୍ତୁ ଗତ ୧୭ ଏପ୍ରିଲ ୨୦୨୨ ସଂଧ୍ୟାରେ ତାଙ୍କ ଝୁଲନ୍ତା ମୃତଦେହ ମନ୍ତ୍ରୀଙ୍କ ସରକାରୀ ବାସ ଭବନରୁ ମିଳିଥିଲା। ଅନ୍ୟପଟେ ଭାଇରାଲ୍ ହୋଇଥିଲା ଲଳିତଙ୍କ ବାପାଙ୍କ ଭିଡିଓ। ଯେଉଁଥିରେ ସେ କହୁଛନ୍ତି, ମୃତ୍ୟୁ ପୂର୍ବରୁ ୭/୮ ଦିନ ଧରି ପୁଅ ମାନସିକ ଚାପରେ ରହୁଥିଲେ। ପୁଅର ମାନସିକ ଅବସ୍ଥା ଦେଖି ଗାଁକୁ ଫେରି ଆସିବାକୁ କହିଥିଲେ ଲଳିତଙ୍କ ବାପା। କିନ୍ତୁ, ଲଳିତ ରାଜି ହୋଇନଥିଲେ। ଦୁର୍ଭାଗ୍ୟକୁ ଝାରସୁଗୁଡ଼ା ସରବାହାଲରେ ଝୁଲନ୍ତା ଅବସ୍ଥାରେ ଲଳିତଙ୍କ ମିଳିଥିଲା ମୃତଦେହ। ତେବେ ଏଠି ପ୍ରଶ୍ନ ଉଠୁଛି କାହିଁକି ମାନସିକ ଚାପରେ ଥିଲେ ଲଳିତ ସାହୁ? କିଏ ତାଙ୍କୁ ଏଭଳି ମାନସିକ ଚାପ ଦେଲା ଯେ, ଜୀବନ ହାରିବା ଯାଏଁ କଥା ଗଲା? ରାତାରାତି ବ୍ୟବଚ୍ଛେଦ ପଛର ଉଦ୍ଦେଶ୍ୟ କଣ?

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି