Masthead

ନବ ଦାସ ହତ୍ୟା ମାମଲା, ହୋଇପାରେ ସିନ୍ ରିକ୍ରିଏସନ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନବ ଦାସ ହତ୍ୟା ମାମଲା । ଆଜି ଅଭିଯୁକ୍ତ ଗୋପାଳ ଦାସଙ୍କର ହୋଇପାରେ ସିନ୍ ରିକ୍ରିଏସନ । କ୍ରାଇମସ୍ପଟକୁ ଗୋପାଳଙ୍କୁ ନେଇ ସିନ୍ ରିକ୍ରିଏସନ କରିବ କ୍ରାଇମବ୍ରାଞ୍ଚ । ଏହି ସମୟରେ ଗୁଜରାଟ ଗାନ୍ଧୀନଗରରୁ ଆସିଥିବା ଏକ ଫରେନସିକ୍ ଟିମ୍ ଘଟଣାସ୍ଥଳରେ ଉପସ୍ଥିତ ରହିବ । ସେପଟେ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକୁ ପୁରିଲାଣି ୧୦ ଦିନ । ହେଲେ ହତ୍ୟାର କାରଣ ଏଯାଏ ଅସ୍ପଷ୍ଟ ହୋଇ ରହିଛି। ଅଭିଯୁକ୍ତ ଗୋପାଳ ଦାସଙ୍କୁ ବିଭିନ୍ନ ସ୍ଥାନରେ ରଖି ତଦନ୍ତକାରୀ ଟିମ୍ ଜେରା କରୁଛି । କିନ୍ତୁ ଅଧିକ ତଦନ୍ତ ପାଇଁ ରାଜ୍ୟ ବାହାରୁ ଆସିଛନ୍ତି ୪ ଜଣିଆ ଟିମ୍ । ଝାରସୁଗୁଡ଼ାରେ ଯାଇ ଅଧିକ ତଦନ୍ତ କରିବେ ୪ ଜଣିଆ ଟିମ୍ ।

ଅନ୍ୟପଟେ ଅଭିଯୁକ୍ତ ଗୋପାଳକୁ ରଖା ଯାଇଥିବା ଓଏସ୍ଏପି ଦ୍ୱିତୀୟ ବାଟାଲିୟନ ପରିସରକୁ ପୁଲିସ ଜଗି ରହିଥିବାବେଳେ ଭିତରକୁ କାହାକୁ ଛଡ଼ା ଯାଉନାହିଁ । ରାତି ୧୨ଟାରେ ପୁଲିସ ଫୋର୍ସ ସହିତ ଗୋପାଳକୁ ଓଏସ୍ଏପି ଦ୍ୱିତୀୟ ବାଟାଲିୟନ ପରିସରରୁ ବାହାର କରି ନିକଟସ୍ଥ ତାଲପଟିଆ ଗାଁ ଭିତରେ ଥିବା ଏକ କ୍ଲବ୍ ଘରେ ରଖାଯାଉଥିବା ଜଣାଯାଇଛି । ସେଠାରେ ତାକୁ ଜେରା କରାଯାଉଥିବା ନେଇ କୁହାଯାଉଥିବା ବେଳେ ସକାଳ ହେବା ପୂର୍ବରୁ ପୁଣି କଡ଼ା ସୁରକ୍ଷାରେ ତାକୁ ନେଇ ଓଏସ୍ଏପି ଦ୍ୱିତୀୟ ବାଟାଲିୟନରେ ଦିନ ତମାମ ରଖାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର