Masthead

ବହୁ ଚର୍ଚ୍ଚିତ ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡକୁ ପୂରିଲା ବର୍ଷେ, ସ୍ପଷ୍ଟ ହୋଇପାରିଲାନି ହତ୍ୟାକାଣ୍ଡର କାରଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବହୁ ଚର୍ଚ୍ଚିତ ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡକୁ ପୂରିଲା ବର୍ଷେ । ଗତ ବର୍ଷ ଆଜିର ଦିନରେ ଝାରସୁଗୁଡ଼ାରେ ନବ ଦାସଙ୍କୁ ଗୁଳିକରି ହତ୍ୟା କରାଯାଇଥିଲା । ହତ୍ୟାକାରୀ ଗୋପାଳ ଦାସ ଉପରେ ଚାର୍ଜସିଟ୍ ଦାଖଲ କରିଛି କ୍ରାଇମବ୍ରାଞ୍ଚ । ହେଲେ ନା ହତ୍ୟାର କାରଣ ପର୍ଦ୍ଦାଫାସ ହୋଇଛି ନା ତଦନ୍ତ ଆଗକୁ ବଢୁଛି । ଏପରକି ନବଙ୍କ ପରିବାର ଷଡ଼ଯନ୍ତ୍ର ବୋଲି ଅଭିଯୋଗ କରିବା ପରେ ବି କ୍ରାଇମବ୍ରାଞ୍ଚ ଷଡ଼ଯନ୍ତ୍ରର ଦିଗକୁ ତଦନ୍ତରେ ସାମିଲ କରିନାହିଁ ।

ଏହାରି ଭିତରେ କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରି ଝାରସୁଗୁଡା ଜିଲ୍ଲା ଦୌରା ଜଜଙ୍କ କୋର୍ଟରେ ଅଭିଯୁକ୍ତ ଗୋପାଳ ଦାସଙ୍କ ବିରୋଧରେ ପ୍ରାଥମିକ ଅଭିଯୋଗ ଫର୍ଦ୍ଦ ଦାଖଲ କରିଛି । ହେଲେ ନବ ଦାସଙ୍କୁ ଗୋପାଳ କାହିଁକି ହତ୍ୟା କରିଛି ତାହା ଏବେବି ସ୍ପଷ୍ଟ ହୋଇନାହିଁ । ବର୍ଷକ ମଧ୍ୟରେ ସେପରି କିଛି ପ୍ରମାଣ ବି ଲାଗିନଥିବା ଅଭିଯୋଗ ହେଉଛି । ବର୍ଷକ ଭିତରେ କ୍ରାଇମବ୍ରାଞ୍ଚ ହାତରେ ସେମିତି କିଛି ପ୍ରମାଣ ବି ଲାଗିନାହିଁ । ଗୋପାଳ ଦାସ ପୂର୍ବ ଶତ୍ରୁତା ତଥା ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ନବ ଦାସଙ୍କୁ ହତ୍ୟା କରିଥିବା କ୍ରାଇମବ୍ରାଞ୍ଚ ଚାର୍ଜସିଟରେ ଉଲ୍ଲେଖ କରିଛି । କିନ୍ତୁ ନବ ଦାସଙ୍କ ପତ୍ନୀ ଓ ପୁଅ କ୍ରାଇମବ୍ରାଞ୍ଚକୁ ଦେଇଥିବା ବୟାନ ଏବେ କ୍ରାଇମବ୍ରାଞ୍ଚର ତଦନ୍ତ ଉପରେ ପ୍ରଶ୍ନ ଉଠାଇଛି ।

୨୦୨୩ ଜାନୁଆରୀ ୨୯ରେ ସ୍ୱର୍ଗତ ନବ ଦାସ ବ୍ରଜରାଜନଗରକୁ ଏକ ଦଳୀୟ କାର୍ଯ୍ୟକ୍ରମରେ ଯାଉଥିବା ବେଳେ, ଗାନ୍ଧୀଛକ ପାଣ୍ଡିରେ କାର୍ଯ୍ୟରତ ପୋଲିସ ଏଏସଆଇ ଗୋପାଳ ଦାସ ନବଙ୍କ ଉପରକୁ ଗୁଳିମାଡ଼ କରିଥିଲା । ନବ ଦାସଙ୍କ ଛାତିରେ ଗୁଳି ବାଜିଥିବା ବେଳେ ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଭୁବନେଶ୍ୱରକୁ ଏୟାରଲିଫ୍ଟ କରାଯାଇଥିଲା । ହେଲେ ପରେ ଭୁବନେଶ୍ୱରରେ ତାଙ୍କର ମୃତ୍ୟୁ ହୋଇଥିବାନେଇ ସୂଚନା ଦିଆଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି