Masthead

ବଳଭଦ୍ରଙ୍କୁ ଟକ୍କର ଦେବେ ପ୍ରଦୀପ ଓ ଭୂଜବଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି ଓ ବିଜେଡି ପରେ ଆସିଛି କଂଗ୍ରେସର ଲୋକସଭା ଏବଂ ବିଧାନସଭା ପ୍ରାର୍ଥୀ ତାଲିକା। କଂଗ୍ରେସ ୮ ଲୋକସଭା ଓ ୪୯ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଯେଉଁଥିରେ ଅଛନ୍ତି ବହୁ ହେଭିୱେଟ୍‌। ପୂର୍ବରୁ ବିଜେପି ସମସ୍ତ ଲୋକସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ ଗତକାଲି ୧୧୨ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି । ଅବଶିଷ୍ଟ ୩୫ ବିଧାନସଭା ଆସନ ପାଇଁ ଖୁବଶୀଘ୍ର ପ୍ରାର୍ଥୀଙ୍କ ନାଁ ଘୋଷଣା ହେବ ବୋଲି କହିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ।

ବିଜେଡି ପୂର୍ବରୁ ୧୫ ଲୋକସଭା ଏବଂ ୭୨ଟି ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରି ସାରିଛି। ତେବେ ବିଜେଡି, ବିଜେପି ଓ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିବା ପରେ ୫ ଆସନରେ ସାମ୍ନାକୁ ଆସିଛି ସ୍ପଷ୍ଟ ଚିତ୍ର । ନବରଙ୍ଗପୁରରେ ଏଥର ତିନି ମାଝୀଙ୍କ ଭିତରେ ହେବ ଟକ୍କର। ବିଜେପିର ବଳଭଦ୍ରଙ୍କୁ ଟକ୍କର ଦେବେ ବିଜେଡିର ପ୍ରଦୀପ ଓ କଂଗ୍ରେସର ଭୂଜବଳ।

ଗଲା ନିର୍ବାଚନରେ ବି ଏଠି ହୋଇଥିଲା ଜୋରଦାର ଲଢ଼େଇ । କଂଗ୍ରେସ ଟିକେଟରେ ଲଢୁଥିବା ପ୍ରଦୀପ ମାଝୀଙ୍କୁ ମାତ୍ର ୪୧ ହଜାରରୁ ସାମାନ୍ୟ ଅଧିକ ମାରିଜିନରେ ହରାଇ ଜିତିଥିଲେ ବିଜେଡିର ରମେଶ ମାଝୀ। ଏମିତିକି ଏବେ ବିଜେପିରୁ ପ୍ରାର୍ଥୀ ହୋଇଥିବା ବଳଭଦ୍ର ମାଝୀ ବି ତୃତୀୟ ସ୍ଥାନରେ ଥାଇ ବି ୩ ଲକ୍ଷ ୪୨ ହଜାରରୁ ଅଧିକ ଭୋଟ୍ ହାସଲ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା