Masthead

ରାଜ୍ୟ ଭ୍ରଷ୍ଟାଚାର ବିରୋଧୀ ସଂଗଠନ ପକ୍ଷରୁ ଜନଶୁଣାଣି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନବରଙ୍ଗପୁର ଜିଲ୍ଲାରେ ଶିକ୍ଷା ବିଭାଗର ଦୁର୍ନୀତି ସଂପର୍କରେ ରାଜ୍ୟ ଭ୍ରଷ୍ଟାଚାର ବିରୋଧୀ ସଂଗଠନ ପକ୍ଷରୁ ଜନଶୁଣାଣି କରାଯାଇଛି । ପୂର୍ବ ଘୋଷଣା ଅନୁଯାୟୀ ସଂଗ୍ରାମୀ ଲକ୍ଷ୍ମୀ ଚନ୍ଦ୍ର ଦାସ ପ୍ରେସ୍ କ୍ଲବ, ନବରଙ୍ଗପୁର ଠାରେ ଅଖିଳ ଭାରତ ଭ୍ରଷ୍ଟାଚାର ବିରୋଧୀ ସଂଗଠନର ରାଜ୍ୟ କମିଟି ପକ୍ଷରୁ ଏକ ଜନଶୁଣାଣି ଅନୁଷ୍ଠିତ ହୋଇଥିଲା । ନବରଙ୍ଗପୁର ଜିଲ୍ଲା ଡି.ଇ.ଓ.ଙ୍କର ବ୍ୟାପକ ଦୁର୍ନୀତି କାରବାର ସଂପର୍କରେ ରାଜ୍ୟ କମିଟି ନିକଟରେ ଅଭିଯୋଗ ପହଁଚିବା ପରେ ରାଜ୍ୟ ଆବାହକ ବରିଷ୍ଠ ଆଇନଜୀବୀ ସୁବ୍ରତ କୁମାର ନନ୍ଦଙ୍କ ପକ୍ଷରୁ ଏକ ତଥ୍ୟ ଅନୁସନ୍ଧାନକାରୀ କମିଟି ଗଠନ କରାଯାଇଥିଲା ।

ଏହି କମିଟିରେ ରାଜ୍ୟ ସଂପାଦକ ତଥା ଶିକ୍ଷକ ନେତା ଶ୍ୟାମସୁନ୍ଦର ପଣ୍ଡା, କୋରାପୁଟ ଜିଲ୍ଲା ସଭାପତି- ବରିଷ୍ଠ ଆଇନଜୀବୀ ଅଶୋକ ମିଶ୍ର, ରାୟଗଡା ଜିଲ୍ଲା ସଂଯୋଜକ ତଥା ବରିଷ୍ଠ ସାମ୍ବାଦିକ ରାଧାକୃଷ୍ଣ ପଟ୍ଟନାୟକ, ନବରଙ୍ଗପୁର ଜିଲ୍ଲା ଆବାହାକ ସାମ୍ବାଦିକ ଈଶ୍ୱର ରାଓ ଓ ଜିଲ୍ଲା ସମ୍ପାଦକ ଆଦିବାସୀ ନେତା ଅର୍ଜୁନ ଭାତ୍ରା, ଗୁଡାରି ବ୍ଲକ୍ ସଂଯୋଜକ ଗୌରୀ ଶଙ୍କର ମିଶ୍ର, ବୋରିଗୁମା ବ୍ଲକ ସଭାପତି ବରିଷ୍ଠ ସାମ୍ବାଦିକ ରବୀନ୍ଦ୍ର ମହାପାତ୍ର ପ୍ରମୁଖ ଉପସ୍ଥିତ ରହି ଜନଶୁଣାଣିରେ ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ଗଣ ଶିକ୍ଷକଙ୍କୁ ନିୟମିତ କରିବା ପାଇଁ ନିର୍ଦ୍ଧିଷ୍ଟ ଡାଟା ଏଣ୍ଟ୍ରି ଅପରେଟରଙ୍କ ମାଧ୍ୟମରେ ଲକ୍ଷ ଲକ୍ଷ ଟଙ୍କା ଆଦାୟ କରାଯାଇଥିବା କଥା ଜନ ଶୁଣାଣିରେ ଶିକ୍ଷକ ନେତା ଶିକ୍ଷାବିତ୍ ଓ ପ୍ରାଥମିକ ଶିକ୍ଷକ ସଂଘର କର୍ମକର୍ତ୍ତାମାନେ ଅଭିଯୋଗ କରିଥିଲେ ।

ଜନଶୁଣାଣି ପରେ ଖୁବ୍ ଶୀଘ୍ର ଉକ୍ତ ତଥ୍ୟ ଅନୁସନ୍ଧାନକାରୀ ଚାର୍ଜ ଫ୍ରେସ୍ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ବିରୁଦ୍ଧରେ ରାଜ୍ୟ ସରକାର ଓ ଭିଜିଲାନସକୁ ପ୍ରଦାନ କରାଯିବ । ରାଜ୍ୟ ସରକାର ଏବେ ଡ଼ି.ଇ.ଓ. ବଦଳି କରିଛନ୍ତି ମାତ୍ର ଦୁର୍ନୀତିର ତଦନ୍ତ କରିବାକୁ କୌଣସ ପଦକ୍ଷେପ ଗ୍ରହଣ କରିନାହାଁନ୍ତି । ଦୁର୍ନୀତିର ତଦନ୍ତ କରି ଡି.ଇ.ଓଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଭ୍ରଷ୍ଟାଚାର ବିରୋଧୀ ସଂଗଠନ ଉଦ୍ୟମ ଅବ୍ୟାହତ ରଖିବ ।

ଅନ୍ୟ ଜିଲ୍ଲା ଅପେକ୍ଷା ନବରଙ୍ଗପୁର ଜିଲ୍ଲାରେ ଦୁର୍ନୀତିର ମାତ୍ରା ସର୍ବାଧିକ ହୋଇଥିବାରୁ ରାଜ୍ୟ ଭ୍ରଷ୍ଟାଚାର ବିରୋଧୀ ସଂଗଠନ ଦୁର୍ନୀତି ଦୂର କରିବା ପାଇଁ ନବରଙ୍ଗପୁର ଜିଲ୍ଲାକୁ ଏକ ପାଇଲଟ ପ୍ରୋଜେକ୍ଟ ଭାବରେ ଗ୍ରହଣ କରାଯାଇଥିବା କଥା ଆବାହକ ଆଇନଜୀବୀ ଶ୍ରୀ ନନ୍ଦ ପ୍ରେସ୍ ବିଜ୍ଞପ୍ତି ପ୍ରକାଶ କରିଛନ୍ତି । ପ୍ରତ୍ୟେକ ମାସରେ ଏହି ଭଳି ଜନଶୁଣାଣୀ ମାଧ୍ୟମରେ ବିଭିନ୍ନ ବିଭାଗର ଦୁର୍ନୀତି ସଂପର୍କରେ ଲୋକଙ୍କୁ ସଚେତନ କରିବା ପାଇଁ ସଂଗଠନ ପକ୍ଷରୁ ଉଦ୍ୟମ ଆରମ୍ଭ କରାଯାଇଥିବା କଥା ପ୍ରେସ୍ ବିଜ୍ଞପ୍ତିରେ ପ୍ରକାଶ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼