Masthead

ରାହୁଲ ଓ ପ୍ରିୟଙ୍କାଙ୍କୁ ଭେଟିବେ ନବଜୋତ ସିଂ, ନିଆଯାଇପାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପଞ୍ଜାବ କଂଗ୍ରେସରେ କଳହ । ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଓ ନବଜୋତ ସିଂ ସିଦ୍ଦୁଙ୍କ ମଧ୍ୟରେ ଚାଲିଥିବା ଶୀତଳ ଯୁଦ୍ଧ ଥମିବାର ନାଁ ନେଉନି । ଉଭୟ ନେତା ପରସ୍ପର ବିରଧରେ ଆରୋପ ପ୍ରତ୍ୟାରୋପ କରୁଥିବା ଦେଖିବାକୁ ମିଳିଛି । ଦୁଇ ନେତାଙ୍କ କଳିକୁ ନେଇ ଏବେ କଂଗ୍ରେସର ଚିନ୍ତା ବଢ଼ିଛି । କାରଣ ରାଜ୍ୟରେ ଆସନ୍ତା ବର୍ଷ ହେବାକୁ ଯାଉଛି ବିଧାନସଭା ନିର୍ବାଚନ । ଏହା ପୂର୍ବରୁ ଘର ସଜଡ଼ା କାର୍ଯ୍ୟ ଆରମ୍ଭ କରିଛନ୍ତି ଦଳର ହାଇକମାଣ୍ଡ ।

କିଛି ଦିନ ତଳେ ପଞ୍ଜାବ କଂଗ୍ରେସ ବିଧାୟକମାନଙ୍କ ଏକ ବୈଠକ ମଧ୍ୟ ବସିଥିଲା । ଏଥିରେ ବି କୌଣସି ନିଷ୍କର୍ଷ ଆସିନି । ତେବେ ଆଜି ପୁଣି ଥରେ ନବଜୋତ ସିଂ ସିଦ୍ଦୁ ଦିଲ୍ଲୀରେ ପହଞ୍ଚିଛନ୍ତି । ଆଜି ସେ ରାହୁଲ ଓ ପ୍ରିୟଙ୍କା ଗାନ୍ଧି ଭଦ୍ରାଙ୍କୁ ଭେଟିପାରନ୍ତି । ଦଳର ଶୀର୍ଷ ନେତାଙ୍କ ସହ ନବଜୋତଙ୍କ ଏହି ବୈଠକ ବହୁ ଗୁରୁତ୍ୱବହନ କରୁଥିବା ମଧ୍ୟ କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ