Masthead

ଜୋର ଧରିଲା ଏନଏସି ଦାବି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜୋର ଧରିଲା ଏନଏସି ଦାବି। ରାଜ୍ୟର ବିଭିନ୍ନ ଅଞ୍ଚଳକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ବା ଏନଏସି କରିବା ଦାବିରେ ବନ୍ଦ ପାଳନ ହେଉଛି । ଆଜି ଏହି କ୍ରମରେ ତିନି ଜାଗାରେ ବନ୍ଦ ପାଳନ କରାଯାଉଛି । ଖୋର୍ଦ୍ଧା ଜିଲ୍ଲାର ବେଗୁନିଆ, କୋରାପୁଟ ଜିଲ୍ଲାର ବୋରିଗୁମ୍ମା ଓ କଳାହାଣ୍ଡି ଜିଲ୍ଲାର ଜୟପାଟଣାରେ ବନ୍ଦ ପାଳନ କରାଯାଉଛି । ବେଗୁନିଆରେ ୬ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି । ଜରୁରୀକାଳୀନ ସେବାକୁ ଛାଡିଦେଲେ ବାକି ସବୁ ବନ୍ଦ ରହିଛି । ବେଗୁନିଆ ବନ୍ଦକୁ ବିଭିନ୍ନ ଦଳ ଓ ସଂଗଠନର ସମର୍ଥନ ।

ତାଲିକାରେ ଥାଇ ମଧ୍ୟ ବେଗୁନିଆ ନାଁ ଡ୍ରାଫ୍ଟ ନୋଟିଫିକେସନରେ ନଥିବାକୁ ନେଇ ଆନ୍ଦୋଳନ କରିଛନ୍ତି ଲୋକେ । ସେହିପରି କୋରାପୁଟ ଜିଲ୍ଲା ବୋରିଗୁମ୍ମାକୁ ଏନଏସି କରିବା ଦାବିରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ସକାଳୁ ପଡିଛି ବନ୍ଦର ପ୍ରଭାବ । ୨୬ ଓ ୬୩ ନମ୍ବର ଜାତୀୟ ରାଜପଥ ଅବରୋଧ କରାଯାଇଛି । ରେଢ଼ାଖୋଲକୁ NAC ମାନ୍ୟତା ଦାବିରେ ୧୨ ଘଣ୍ଟିଆ ବନ୍ଦ । ଭୀମ ଭୋଇ ଛକ ଓ ମେଡିକାଲ୍ ଛକରେ ଆନ୍ଦୋଳନ । ୫୫ ନମ୍ବର ଜାତୀୟ ରାଜପଥ ଅବରୋଧ ସହ ବିକ୍ଷୋଭ । ରାସ୍ତାର ଉଭୟ ପାର୍ଶ୍ଵରେ ଅଟକି ରହିଛି ଶହ ଶହ ଗାଡ଼ି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ