Masthead

ଜୋର ଧରିଲା ଏନଏସି ଦାବି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜୋର ଧରିଲା ଏନଏସି ଦାବି। ରାଜ୍ୟର ବିଭିନ୍ନ ଅଞ୍ଚଳକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ବା ଏନଏସି କରିବା ଦାବିରେ ବନ୍ଦ ପାଳନ ହେଉଛି । ଆଜି ଏହି କ୍ରମରେ ତିନି ଜାଗାରେ ବନ୍ଦ ପାଳନ କରାଯାଉଛି । ଖୋର୍ଦ୍ଧା ଜିଲ୍ଲାର ବେଗୁନିଆ, କୋରାପୁଟ ଜିଲ୍ଲାର ବୋରିଗୁମ୍ମା ଓ କଳାହାଣ୍ଡି ଜିଲ୍ଲାର ଜୟପାଟଣାରେ ବନ୍ଦ ପାଳନ କରାଯାଉଛି । ବେଗୁନିଆରେ ୬ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି । ଜରୁରୀକାଳୀନ ସେବାକୁ ଛାଡିଦେଲେ ବାକି ସବୁ ବନ୍ଦ ରହିଛି । ବେଗୁନିଆ ବନ୍ଦକୁ ବିଭିନ୍ନ ଦଳ ଓ ସଂଗଠନର ସମର୍ଥନ ।

ତାଲିକାରେ ଥାଇ ମଧ୍ୟ ବେଗୁନିଆ ନାଁ ଡ୍ରାଫ୍ଟ ନୋଟିଫିକେସନରେ ନଥିବାକୁ ନେଇ ଆନ୍ଦୋଳନ କରିଛନ୍ତି ଲୋକେ । ସେହିପରି କୋରାପୁଟ ଜିଲ୍ଲା ବୋରିଗୁମ୍ମାକୁ ଏନଏସି କରିବା ଦାବିରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ସକାଳୁ ପଡିଛି ବନ୍ଦର ପ୍ରଭାବ । ୨୬ ଓ ୬୩ ନମ୍ବର ଜାତୀୟ ରାଜପଥ ଅବରୋଧ କରାଯାଇଛି । ରେଢ଼ାଖୋଲକୁ NAC ମାନ୍ୟତା ଦାବିରେ ୧୨ ଘଣ୍ଟିଆ ବନ୍ଦ । ଭୀମ ଭୋଇ ଛକ ଓ ମେଡିକାଲ୍ ଛକରେ ଆନ୍ଦୋଳନ । ୫୫ ନମ୍ବର ଜାତୀୟ ରାଜପଥ ଅବରୋଧ ସହ ବିକ୍ଷୋଭ । ରାସ୍ତାର ଉଭୟ ପାର୍ଶ୍ଵରେ ଅଟକି ରହିଛି ଶହ ଶହ ଗାଡ଼ି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’