Masthead

ବଙ୍ଗୋମୁଣ୍ଡକୁ ଏନଏସି ଦାବି, ୧୨ ଘଣ୍ଟିଆ ବନ୍ଦ ଡାକରା

କଣ୍ଟାବାଞ୍ଜି (ବଡ଼ ଖବର ବ୍ୟୁରୋ): ତେଜୁଛି ବଙ୍ଗୋମୁଣ୍ଡକୁ ଏନଏସି ମାନ୍ୟତା ଦାବି । ଏନଏସି ମାନ୍ୟତା ଦାବିରେ ଆଜି ୧୨ ଘଣ୍ଟିଆ ବଙ୍ଗୋମୁଣ୍ଡା ବନ୍ଦ । ଦୋକାନ ବଜାର ଯାନବାହାନ ସମ୍ପୂର୍ଣ୍ଣ ବନ୍ଦ । ବଲାଙ୍ଗିର ଜିଲାର ବଙ୍ଗୋମୁଣ୍ଡାକୁ ଏନଏସି ମାନ୍ୟତା ଦାବିରେ ମଙ୍ଗଳବାର ବଙ୍ଗୋମୁଣ୍ଡା ବନ୍ଦ ଡାକରା ଦିଆଯାଇଛି । ସକାଳ ୬ ରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ବଙ୍ଗୋମୁଣ୍ଡା ପଞ୍ଚାୟତବାସୀଙ୍କ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି ।

ଏନଏସି ମାନ୍ୟତା ଦାବିକୁ ସମର୍ଥନ ଜଣାଇ ବିଭିନ୍ନ ସଂଗଠନ ବନ୍ଦରେ ସାମିଲ ହୋଇଛନ୍ତି। ସ୍ୱତଃପ୍ରବୃତ୍ତ ଭାବେ ଦୋକାନ ବଜାର ବନ୍ଦ ରହିଛି ।ଦୀର୍ଘ ବର୍ଷ ଧରି ବଙ୍ଗୋମୁଣ୍ଡାକୁ ଏନଏସି ମାନ୍ୟତା ପାଇଁ ଦାବି ହୋଇ ଆସୁଥିଲା ।ସରକାର ୩୪ରୁ ଅଧିକ ନୂତନ ଏନଏସି ଘୋଷଣା କରିଥିବା ବେଳେ ବଙ୍ଗୋମୁଣ୍ଡାକୁ ବାଦ ଦେଇଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ବନ୍ଦ ଯୋଗୁଁ ଶିକ୍ଷାନୁଷ୍ଠାନ, ସରକାରୀ, ବେସରକାରୀ କାର୍ଯ୍ୟାଳୟ ସହିତ ଦୋକାନ ବଜାର ବନ୍ଦ ଥିବାବେଳେ ଅଖ ଚକ ସମ୍ପୂର୍ଣ୍ଣ ଠପ ହୋଇଛି ।ଜରୁରୀକାଳୀନ ସେବାକୁ ବନ୍ଦରୁ ବାଦ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ