ଦୁଇ ଦିନିଆ ନାଗାଲାଣ୍ଡ ଏବଂ ମେଘାଳୟ ଗସ୍ତରେ ନଡ୍ଡା

ନୂଆଦିଲ୍ଲୀ (ବଡ ଖବର ବ୍ୟୁରୋ): ଫେବୃୟାରୀ ୨୭ରେ ନାଗାଲାଣ୍ଡ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି ସବୁ ଦଳଙ୍କ ମଧ୍ୟରେ ପ୍ରସ୍ତୁତି ଜୋରଦାର ଚାଲିଛି। ତେବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଆଜି ଦୁଇ ଦିନିଆ ନାଗାଲାଣ୍ଡ ଏବଂ ମେଘାଳୟ ଗସ୍ତରେ ଯିବାର କାର୍ୟ୍ୟକ୍ରମ ରହିଛି। ଏହି ସମୟରେ ଜେ.ପି ନଡ୍ଡା ନିର୍ବାଚନ ରାଲି କରିବା ସହ ଘୋଷଣାପତ୍ର ପ୍ରକାଶ କରିବେ। ଏଥିସହ ସମାବେଶକୁ ସମ୍ବୋଧିତ କରି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସାଂଗଠନିକ ବୈଠକରେ ଅଧ୍ୟକ୍ଷତା କରିବେ ବୋଲି ଦଳର ଗଣମାଧ୍ୟମ ମୁଖ୍ୟ ଅନୀଲ ବାଲୁନି କହିଛନ୍ତି। ଏହି ରାଲିରେ ନାଗାଲାଣ୍ଡ ମୁଖ୍ୟମନ୍ତ୍ରୀ ନିଫ୍ୟୁ ରିଓ, ଉପମୁଖ୍ୟମନ୍ତ୍ରୀ ୟାନଥୁଙ୍ଗୋ ପାଟନ ଏବଂ ରାଜ୍ୟ ଭାଜପା ସଭାପତି ତେମଜେନ ଇମନା ଅଲାଙ୍ଗା ମଧ୍ୟ ଉପସ୍ଥିତ ରହିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’