Masthead

ସରକାରୀ ନିଷ୍ପତ୍ତିକୁ ବିରୋଧ

ନାକଟିଦେଉଳ(ବଡ଼ ଖବର ବ୍ୟୁରୋ):ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଳକ ବାଟଗାଁ ପଞ୍ଚାୟତର ବକ୍ସିବଜାର ସାହିର ଗ୍ରାମବାସୀ ଓ ଛାତ୍ରଛାତ୍ରୀ ସରକାରଙ୍କ ସ୍କୁଲ ମିଶ୍ରଣ ନିଷ୍ପତ୍ତିକୁ ବିରୋଧ କରିଛନ୍ତି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ ବକ୍ସିବଜାର ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ୟ୍ୟନ୍ତ ସମୁଦାୟ ୨୨ଜଣ ଛାତ୍ରଛାତ୍ରୀ ପାଠପଢୁଛନ୍ତି । କିନ୍ତୁ ସରକାର ଏବେ ଏହି ସ୍କୁଲକୁ ଉଠାଇ ନେଇ ଦୁଇ କି.ମି ଦୂର କୁଞାମୁରା ପ୍ରାଥମିକ ବିଦ୍ୟାଳୟ ସହ ମିଶ୍ରଣ କରିଛନ୍ତି । ଗ୍ରାମର କୋମଳମତି ଛାତ୍ରଛାତ୍ରୀମାନେ ନିକଟସ୍ଥ କୁଞାମୁରା ସ୍କୁଲକୁ ଯିବାକୁ ହେଲେ ଜାତୀୟ ରାଜପଥରେ ଅଥବା ଖାଲଖମା ରାସ୍ତାରେ ଯିବାକୁ ହେବ । ଯାହାକି ସେମାନଙ୍କ ପାଇଁ ନିରାପଦ ନୁହେଁ ।ଏସଂପର୍କରେ ଗ୍ରାମର ଜନସାଧାରଣ ବ୍ଲକ ଶିକ୍ଷା ଅଧିକାରୀ ,ବିଡିଓ ଏବଂ ଜିଲ୍ଳାପାଳଙ୍କୁ ଜଣାଇ ସ୍କୁଲ ନଉଠାଇବାକୁ ଦାବିପତ୍ର ପ୍ରଦାନ କରିଥିଲେ । ମାତ୍ର କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନଥିବାରୁ ଗ୍ରାମବାସୀ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବେ ବୋଲି କହିଛନ୍ତି । ଦାବି ପୂରଣ ପର୍ୟ୍ୟନ୍ତ ସ୍କୁଲରେ ତାଲା ଝୁଲି ରହିବ ବୋଲି ବିଦ୍ୟାଳୟ ପରିଚାଳନା କମିଟି ଚେତାବନୀ ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ