ଶ୍ରୀମନ୍ଦିରରେ ଆଜି ପାଳିତ ହେବ ନନ୍ଦୋତ୍ସବ ନୀତି

ପୁରୀ (ବଡ଼ ଖବର ବ୍ୟୁରୋ):  ପ୍ରଭୁ ଶ୍ରୀକୃଷ୍ଣ ଧରାବତରଣ କରିବା ପରେ ଆଜି ଶ୍ରୀମନ୍ଦିରରେ ନନ୍ଦୋତ୍ସବ ନୀତି ପାଳିତ ହେବ। ସନ୍ଧ୍ୟା ଆଳତୀ ସରିବା ପରେ ମହାଜନ ସେବାୟତମାନେ ରାମକୃଷ୍ଣ ଏବଂ ଦକ୍ଷିଣ ଘରୁ ମଦନମୋହନଙ୍କୁ ଜଗମୋହନ ଦୋଳିରେ ବିଜେ କରାଇବେ। ମଇଲମ ଏବଂ ଅନ୍ୟାନ୍ୟ ନୀତି ସରିବା ପରେ ପ୍ରଭୁ ଶ୍ରୀ ଜଗନ୍ନାଥ ଏବଂ ଦେବୀ ସୁଭଦ୍ରାଙ୍କ ନିକଟରେ ଷଠି ଏବଂ ମାର୍କଣ୍ଡି ପୂଜା ହେବ।

ମଙ୍ଗାଳାର୍ପଣ ଏବଂ ବନ୍ଦାପନା ସରିବା ପରେ ଭଣ୍ଡାର ଘରୁ ଦେବୀ ଦୁର୍ଗାଙ୍କୁ ପତି ମହାପାତ୍ର ବିଜେ କରାଇବେ। ଦୋଳିରେ ବସିଥିବା ରାମକୃଷ୍ଣ ଏବଂ ମଦନମୋହନଙ୍କୁ ଓହ୍ଲାଇ ଖଟ ଉପରେ ବିଜେ କରାଇବାର ପରମ୍ପରା ରହିଛି।ଭରତିଆ ଗୌଡ଼ ପୁତ୍ର ଜନ୍ମ ହେବା ଖବର ନନ୍ଦରାଜାଙ୍କୁ ଦେବାର ପରମ୍ପରା ରହିଛି। ଏହି ଅବସରରେ ଶ୍ରୀମନ୍ଦିରରେ ଭକ୍ତ ଶ୍ରଦ୍ଧାଳୁଙ୍କ ପ୍ରବଳ ସମାଗମ ହେବାର ଆଶଙ୍କା ଥିବାରୁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ