Masthead

ଆଖି ବୁଜିଲା ନୀଳଗାଈ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ପଶୁପ୍ରେମୀଙ୍କ ଲାଗି ଦୁଃଖ ଖବର । ଶନିବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନର ୬୯ ନମ୍ବର ଖୁଆଡ଼ରେ ରହୁଥିବା ବିରଳ ନୀଳଗାଈର ମୃତ୍ୟୁ ହୋଇଛି। ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଉପନିର୍ଦ୍ଦେଶକ ବିମଳ ପ୍ରସନ୍ନ ଆଚାର୍ୟ୍ୟ କହିଛନ୍ତି କେଉଁ କାରଣରୁ ମୃତ୍ୟୁ ହୋଇଛି ଜଣା ପଡିନାହିଁ । ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ଥିବା ନୀଳଗାଈର ଅଚାନକ ମୃତ୍ୟୁକୁ ନେଇ ଚିନ୍ତାରେ ନନ୍ଦନକାନନ କର୍ତ୍ତୃପକ୍ଷ। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଜଣାପଡିବ। ନନ୍ଦନକାନନରେ ରହୁଥିବା ୧୭ ନୀଳଗାଈ ମଧ୍ୟରୁ ଗୋଟିଏ ମୃତ୍ୟୁ ପରେ ଏମାନଙ୍କ ସଂଖ୍ୟା ୧୬କୁ ଖସିଛି। ଏଥିମଧ୍ୟରୁ ୩ ଅଣ୍ଡିରା, ୧୧ଟି ମାଈ ନୀଳଗାଈ ଥିବା ବେଳେ ୨ଟିର ଲିଙ୍ଗ ନିରୂପଣ କରାଯାଇ ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ