Masthead

ଆଖି ବୁଜିଲା ନୀଳଗାଈ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ପଶୁପ୍ରେମୀଙ୍କ ଲାଗି ଦୁଃଖ ଖବର । ଶନିବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନର ୬୯ ନମ୍ବର ଖୁଆଡ଼ରେ ରହୁଥିବା ବିରଳ ନୀଳଗାଈର ମୃତ୍ୟୁ ହୋଇଛି। ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଉପନିର୍ଦ୍ଦେଶକ ବିମଳ ପ୍ରସନ୍ନ ଆଚାର୍ୟ୍ୟ କହିଛନ୍ତି କେଉଁ କାରଣରୁ ମୃତ୍ୟୁ ହୋଇଛି ଜଣା ପଡିନାହିଁ । ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ଥିବା ନୀଳଗାଈର ଅଚାନକ ମୃତ୍ୟୁକୁ ନେଇ ଚିନ୍ତାରେ ନନ୍ଦନକାନନ କର୍ତ୍ତୃପକ୍ଷ। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଜଣାପଡିବ। ନନ୍ଦନକାନନରେ ରହୁଥିବା ୧୭ ନୀଳଗାଈ ମଧ୍ୟରୁ ଗୋଟିଏ ମୃତ୍ୟୁ ପରେ ଏମାନଙ୍କ ସଂଖ୍ୟା ୧୬କୁ ଖସିଛି। ଏଥିମଧ୍ୟରୁ ୩ ଅଣ୍ଡିରା, ୧୧ଟି ମାଈ ନୀଳଗାଈ ଥିବା ବେଳେ ୨ଟିର ଲିଙ୍ଗ ନିରୂପଣ କରାଯାଇ ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି