Masthead

‘ପୋଲିସ ଭୟରେ ଗାଁ ଛାଡ଼ୁଛନ୍ତି ଲୋକେ’

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶୂନ୍ୟକାଳରେ ନରସିଂହ ଉଠାଇଲେ ଆଦିବାସୀଙ୍କ ଉପରେ ପୋଲିସର ଅତ୍ୟାଚାର ପ୍ରସଙ୍ଗ । ଗୃହ କମିଟି ଦାବିରେ ଅଟଳ କଂଗ୍ରେସ । ବୋର୍ଡେନ ଗାଁରେ ଗୋଟେ ପଟେ ମାଓବାଦୀ ଭୟ ଅନ୍ୟପଟେ ପୋଲିସର ଅତ୍ୟାଚାର । ଭୟରେ ଗାଁ ଛାଡ଼ୁଛନ୍ତି ଲୋକେ । /୨୦୨୨ ଜୁନ୍ ୨୧ ରେ ନୂଆପଡା ଜିଲ୍ଲା ବୋର୍ଡେନରେ ମାଓବାଦୀ ତିନିଜଣ ସିଆରପିଏଫ ଯବାନଙ୍କୁ ହତ୍ୟା କରିଥିଲେ । ଏହି ଘଟଣାରେ ସାକ୍ଷୀ ପ୍ରମାଣ ଯୋଗାଡ଼ ନକରି ପୋଲିସ ବୋର୍ଡେନ ଗାଁର ଲୋକମାନଙ୍କୁ ଥାନାରେ ହଜାର ହେବାକୁ ନୋଟିସ ଦେଲା ।

ଥାନାରେ ହଜାର ହେବା ପରେ ସେମାନଙ୍କୁ ୫୦ ହଜାର ଟଙ୍କା ଅର୍ଥ ଲୋଭ ଦେଖାଯାଇଥିଲା । ତଥାପି ସେମାନେ ଘଟଣା ସମ୍ପର୍କରେ କିଛି ଜାଣି ନଥିବା କହିଥିଲେ । ଏହା ପରେ ବି ସେମାନଙ୍କୁ ପୁଣି ପଚାରାଉଚରା କରିବା ପାଇଁ ଏନଆଇଏ କଲିକତା ନେଇଥିଲେ । ସେଠି ମଧ୍ୟ ଅତ୍ୟାଚାର କରଯାଇଥିଲା । ଘଟଣା ସମ୍ପର୍କରେ ସେମାନେ କିଛି ଜାଣି ନଥିବା କହିବା ପରେ ବି ସେମାନଙ୍କୁ ଅତ୍ୟାଚାର କରାଯାଇଛି । ଯଦି ପୋଲିସ ଏଭଳି ଭାବରେ ନିରୀହ ଆଦିବାସୀଙ୍କ ଉପରେ ଅତ୍ୟାଚାର କରେ, ତାହାଲେ ମାଓବାଦୀ ଚିନ୍ତାଧାରାକୁ ଦମନ କରିବା ପାଇଁ ସରକାର ଯେଉଁ ଚିନ୍ତା କରୁଛନ୍ତି ତାହା ଫଳପ୍ରଦ ହେବ ନାହିଁ ।

ଗୋଟେ ପଟେ ମାଓବାଦୀ ଭୟ ଅନ୍ୟପଟେ ପୋଲିସର ଅତ୍ୟାଚାର । ଭୟରେ ଗାଁ ଛାଡ଼ୁଛନ୍ତି ଆଦିବାସୀ ଲୋକେ । ତେଣୁ ଏହାର ପ୍ରତିବାଦ କରାଯାଇଥିଲେ ବି ଓଡିଶା ପୋଲିସ ନୀରବ ଦ୍ରଷ୍ଟା ସାଜିଥିବା ଅଭିଯୋଗ ଚରିଙଛନ୍ତି ନରସିଂହ । ତୁରନ୍ତ ବିଧାନସଭାରେ ଏକ ଗୃହ କମିଟି ଗଠନ କରାଯାଇ ଘଟଣାସ୍ଥଳକୁ ଯାଇ ତଦନ୍ତ କରି ରିପୋର୍ଟ ଦାଖଲ କରିବାକୁ ଦାବି କରିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?