ପାଣି ସମସ୍ୟାକୁ ନେଇ ରାସ୍ତା ଅବରୋଧ

ନରସିଂହପୁର (ବଡ଼ ଖବର ବ୍ୟୁରୋ): ପାଣି ସମସ୍ୟାକୁ ନେଇ ରାସ୍ତା ଅବରୋଧ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କଟକ ଜିଲ୍ଲା ନରସିଂହପୁର ବ୍ଲକ୍ ଏକଡାଳ ପଞ୍ଚାୟତର କୈବର୍ତ୍ତ ସାହିରେ । ଗ୍ରାମବାସୀ ମାନେ ଦୀର୍ଘ ଦିନ ଧରି ପିଇବା ପାଣି ପାଇଁ ଅସୁବିଧାର ସମ୍ମୁଖିନ ହେଉଥିବା ନେଇ ଆଜି ନରସିଂହପୁର ନୟାଗଡ଼ ମୁଖ୍ୟ ରାସ୍ତା ଅବରୋଧ କରିଛନ୍ତି। ଗ୍ରାମବାସୀଙ୍କ କହିବା ଅନୁଯାୟୀ ବାରମ୍ବାର ପ୍ରଶାସନ ଓ ବିଧାୟକ ଦେବୀ ପ୍ରସାଦ ମିଶ୍ରଙ୍କୁ ଅଭିଯୋଗ କରିବା ପରେ ମଧ୍ୟ ଆଜି ପର୍ଯ୍ୟନ୍ତ ପିଇବା ପାଣି ସମସ୍ୟାର ସମାଧାନ ହୋଇପାରିନାହିଁ।

ଗତ କିଛି ଦିନ ତଳେ ଗ୍ରାମର ଶତାଧିକ ମହିଳା ନରସିଂହପୁର ବିଡ଼ିଓଙ୍କୁ ଅଭିଯୋଗ କରିଥିଲେ। ବିଡିଓ ପ୍ରତିଶ୍ରୁତ ଦେଇଥିଲେ ୧୫ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ ବୋଲି । ହେଲେ ଆଜିକୁ ୨୫ ଦିନ ହୋଇ ଥିଲେ ମଧ୍ୟ ପିଇବା ପାଣିର ସମସ୍ୟା ସମାଧାନ ନହେବା ଯୋଗୁଁ ବାଧ୍ୟ ହୋଇ ଆଜି ଗ୍ରାମବାସୀମାନେ ରାସ୍ତା ଅବରୋଧ କରାଯାଇଛି। ଏହି ରାସ୍ତା ଅବରୋଧ ଯୋଗୁଁ ସାଧାରଣ ଲୋକମାନଙ୍କର ଯାତାୟାତ କରିବାରେ ଅସୁବିଧାର ସମ୍ମୁଖିନ ହୋଇଛନ୍ତି।

ଘଟଣା ସ୍ଥଳରେ କାନପୁର ପୋଲିସ୍ ଓ ନରସିଂହପୁର ବିଡ଼ିଓ ପହଞ୍ଚି ଲୋକମାନଙ୍କୁ ବୁଝାସୁଝା କରୁଥିଲେ ମଧ୍ୟ ଜିଦରେ ଅଟଳ ଅଛନ୍ତି ଗ୍ରାମବାସ । ପିଇବା ପାଣି ସମସ୍ୟାର ସମାଧାନ ନହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି କହିଛନ୍ତି ଗ୍ରାମବାସୀ।।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!