Masthead

ସୀମାରେ ଯବାନଙ୍କ ସହ ଦୀପାବଳି ପାଳିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ସମଗ୍ର ଦେଶରେ ଆଲୋକର ପର୍ବ ଦୀପାବଳି ଖୁବ୍‌ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ଆଜି ସକାଳୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହିମାଚଳ ପ୍ରଦେଶର ଲେପ୍‌ଚାଠାରେ ପହଞ୍ଚି ସେଠାରେ ନିୟୋଜିତ ସୁରକ୍ଷାକର୍ମୀଙ୍କ ସହ ଦୀପାବଳି ପାଳନ କରିଛନ୍ତି । ସୁରକ୍ଷାକର୍ମୀଙ୍କ ସହ ଫଟୋ ଶେୟାର କରି ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ବାହାଦୂର ଯବାନଙ୍କ ସହ ଦୀପାବଳି ପାଳନ କରୁଛି । ୨୦୧୪ରୁ ପ୍ରତ୍ୟେକ ବର୍ଷ ମୋଦି ଯବାନଙ୍କ ସହ ଦୀପାବଳି ପାଳନ କରିଆସୁଛନ୍ତି । ୨୦୧୪ରେ ପ୍ରଧାନମନ୍ତ୍ରୀ ହେବା ପରେ ନରେନ୍ଦ୍ର ମୋଦି ସିଆଚେନ ଗ୍ଲାସିଅର୍‌ ଯାଇ ଦୀପାବଳି ସୈନିକମାନଙ୍କ ସହ ପାଳନ କରିଥିଲେ।

୨୦୧୫ରେ ପଞ୍ଜାବର ଅମୃତସର, ୨୦୧୬ରେ, ହିମାଚଳ ପ୍ରଦେଶର କିନୌର ସହରରେ ସୈନିକମାନଙ୍କ ସହ ଦୀପାବଳି ପାଳନ କରିଥିଲେ। ଏହା ପରେ ୨୦୧୭ରେ ପ୍ରଧାନମନ୍ତ୍ରୀ କଶ୍ମୀରର ଗୁରେଜରେ, ୨୦୧୮ରେ ଉତ୍ତରାଖଣ୍ଡର କେଦାରନାଥରେ ଏବଂ ୨୦୧୯ରେ ଜମ୍ମୁ ବିଭାଗର ରାଜୌରୀରେ ପ୍ରଧାନମନ୍ତ୍ରୀ ସେନା କର୍ମଚାରୀଙ୍କ ସହ ଦୀପାବଳି ପାଳନ କରିଥିଲେ। ୨୦୨୦ରେ ପ୍ରଧାନମନ୍ତ୍ରୀ ମୋଦି ରାଜସ୍ଥାନର ଜୈସଲମେରରେ ୨୦୨୧ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜୌରୀ ଜିଲାର ନୋଶାହରା ଏବଂ ୨୦୨୨ରେ କାରଗିଲରେ ସୈନିକମାନଙ୍କ ସହ ଦୀପାବଳି ପାଳନ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ