Masthead

ନବୀନଙ୍କ ସ୍ୱାସ୍ଥ୍ୟ ଖରାପ ପଛରେ କିଛି ଷଡ଼ଯନ୍ତ୍ର ଅଛି କି.. ଯାଞ୍ଚ କରାଯିବ: ନରେନ୍ଦ୍ର ମୋଦି

ବାରିପଦା(ବଡ଼ ଖବର ବ୍ୟୁରୋ): ବାରିପଦାରେ ଜନସଭାରେ ବିଜେଟିକୁ ଟାର୍ଗେଟ କଲେ ପ୍ରଧାନମନ୍ତ୍ରୀ ମୋଦି । ଆଜି ସାରା ଦେଶ ଜାଣିବାକୁ ଚାହୁଁଛି ରତ୍ନଭଣ୍ଡାର ଚାବି କୁଆଡ଼େ ଗଲା । ଯାଞ୍ଚ ରିପୋର୍ଟରେ କାହାର ନାଁ ଅଛି, ସବୁଠୁ ବଡ଼ ପ୍ରଶ୍ନ । ତାଙ୍କ ସ୍ୱାସ୍ଥ୍ୟ ଖରାପ ପଛରେ କିଛି ଷଡ଼ଯନ୍ତ୍ର ବି ହୋଇପାରେ କହୁଛନ୍ତି । ନବୀନଙ୍କ ସ୍ୱାସ୍ଥ୍ୟ ଖରାପ ପଛରେ କିଛି ଷଡ଼ଯନ୍ତ୍ର ଅଛି କି । ଏହା ଜାଣିବାର ଅଧିକାର ସାରା ଓଡ଼ିଶା ଲୋକଙ୍କ ଅଛି । ନବୀନଙ୍କ ନାଁରେ କ୍ଷମତା ଉପଭୋଗ କରୁଥିବା ଲୋକର ହାତ ଅଛି କି ଏହା ଉପରୁ ପରଦା ହଟିବାର ଆବଶ୍ୟକତା ରହିଛି । ବିଜେପି ସରକାର ଆସିଲେ ସ୍ପେଶାଲ କମିଟି ଗଠନ କରାଯିବ । ଅଚାନକ କେମିତି ତାଙ୍କ ସ୍ୱାସ୍ଥ୍ୟ ଖରାପ ହେଲା, ଯାଞ୍ଚ କରାଯିବ ।

ବିଜେଡି ଉପରେ ଆପଣମାନେ ୨୫ ବର୍ଷ ଭରସା କଲେ । ବିଜେଡ଼ି ସବୁକ୍ଷେତ୍ରରେ ଆପଣଙ୍କ ଭରସା ଭାଙ୍ଗିଲା । ବିଜେଡି ଆଦିବାସୀଙ୍କ ଜମି ହଡ଼ପ ପାଇଁ ଆଇନ ଆଣିଥିଲା । ବିଜେପି ଚାପରେ ବିଜେଡି ସେ ଆଇନ ପ୍ରତ୍ୟାହାର କରିଥିଲା । ସୁଭଦ୍ରା ଯୋଜନାରେ ମହିଳାମାନଙ୍କୁ ବଡ଼ ସହଯୋଗ ମିଳିବ । ବିଜେପି ସରକାର ଆପଣଙ୍କ ବିଜୁଳି ବିଲ୍‌ ଶୂନ କରିବ । ବିଜେପି ମୁଖ୍ୟମନ୍ତ୍ରୀ ଶପଥ ନେବା କ୍ଷଣି ଧାନ କୁଇଣ୍ଟାଲ ୩୧ଶହ ହେବ । ଯିଏ ଲୁଟିଛନ୍ତି, ତାଙ୍କଠାରୁ ସବୁ ଅର୍ଥ ଆଦାୟ ହେବ । ଜନତାଙ୍କ ଲୁଟେରା ସାରା ଜୀବନ ଜେଲ୍‌ରେ ରହିବେ । ଜନତାଙ୍କ ଲୁଟେରା ପ୍ରତି କୌଣସି ସାଲିସ କରାଯିବ ନାହିଁ । ଏଥର ମୌକା ମିଳିଲେ ବିଜେଡି ଆପଣଙ୍କ ଜମି ହଡ଼ପ ମୌକା ଛାଡ଼ିବନି । ଡିଏମ୍‌ଏଫରେ ହଜାର ହଜାର କୋଟି ଦେଇଛୁ, ବିଜେଡି ଘୋଟାଲା କଲା । ଲୁଟ୍‌ ମାଲ୍‌ ବିଦେଶକୁ ଯାଇଥିବା ବି ଚର୍ଚ୍ଚା ହେଉଛି । ଲୁଟ୍‌ ମାଲ୍‌ ଗୋଟି ଗୋଟି ଆଦାୟ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ