Masthead

ଶପଥ ପୂର୍ବରୁ ରାଜଘାଟରେ ପହଞ୍ଚିଲେ ମୋଦି; ମାହାତ୍ମା ଗାନ୍ଧୀ ଓ ବାଜପେୟୀଙ୍କୁ ଦେଲେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ନରେନ୍ଦ୍ର ମୋଦିଙ୍କ ତୃତୀୟ ଇନିଂସ ଆରମ୍ଭ । ଆଜି ପ୍ରଧାନମନ୍ତ୍ରୀ ଭାବରେ ଶପଥ ନେବେ ନରେନ୍ଦ୍ର ମୋଦି। କେବଳ ହ୍ୟାଟ୍ରିକ୍ ନୁହେଁ, ହିଷ୍ଟୋରିକାଲ୍ ହେବାକୁ ଯାଉଛି ମୋଦି ‘୩.୦’ ର ଶପଥ ଉତ୍ସବ। ନୂଆ ଇତିହାସ ଲେଖିବ ରାଷ୍ଟ୍ରପତି ଭବନର ରବିବାର ସନ୍ଧ୍ୟା। ପ୍ରାୟ ୬ ଦଶନ୍ଧି ପରେ, ଲଗାତର ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ବନିବେ ମୋଦି । ତେବେ ଏହା ପୂର୍ବରୁ ଆଜି ମୋଦି ରାଜଘାଟ ଯାଇଛନ୍ତି। ସେ ସେଠାକୁ ଯାଇ ଜାତିର ପିତା ମହାତ୍ମାଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।

କେବଳ ସେତିକି ନୁହେଁ ଏଠାରୁ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସମାଧି ସ୍ଥଳ ‘ସଦୈବ ଅଟଳ’ ଏବଂ ଓ୍ୱାର୍‌ ମେମୋରିଆଲରେ ପହଞ୍ଚିଥିଲେ। ଏଠାରେ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ଓ ସହିଦ ବୀର ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ସମୟରେ ତାଙ୍କ ସହ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ଉପସ୍ଥିତ ଥିଲେ। ଏଠାରୁ ସେ ଯାଇ ତାଙ୍କ କ୍ୟବିନେଟ୍‌ରେ ଯେଉଁମାନଙ୍କୁ ସ୍ଥାନ ମିଳିବ ତାଙ୍କ ସହ ଚାଏ ପେ ଚର୍ଚ୍ଚା କରିବେ ବୋଲି ସୂଚନା ମିଳିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’