Masthead

ମାଆକୁ ଟାଙ୍ଗିଆ ରେ ହାଣି ହତ୍ୟା କଲା ପୁଅ

ନର୍ଲା (ବଡ଼ ଖବର ବ୍ୟୁରୋ): ନିଜର ଜନ୍ମ କଲା ମାଆକୁ ଟାଙ୍ଗିଆ ରେ ହାଣି ହତ୍ୟା କଲା ପୁଅ । ଏଭଳି ଅଭାବନୀୟ ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ୍ ଅନ୍ତର୍ଗତ ସାନଧାରପୁର୍ ଗାଁରେ। ସୂଚନା ଅନୁସାରେ ସାନଧାରପୁର୍ ଗାଁର ଭୁବନ ବିଶ୍ଵାଳ ନାମକ ୩୦ ବର୍ଷୀୟ ବ୍ୟକ୍ତି କୌଣସି କାରଣରୁ ନିଜ ମାଆ ୫୬ ବର୍ଷୀୟା କଳ୍ପନା ବିଶ୍ଵାଳଙ୍କୁ ଘର ଭିତରେ କବାଟ ବନ୍ଦ୍ କରି ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଜଣାପଡିଛି।

ଏହି ଲୋମ ହର୍ଷଣକାରି ଘଟଣା ଗତକାଲି ଦିନ ୨ ଟା ସମୟରେ ଘଟିଥିବା ବେଳେ ଗ୍ରାମବାସୀଙ୍କ ଠାରୁ ଖବର ପାଇ ନର୍ଲା ପୋଲିସ୍ ଘଟଣା ସ୍ଥଳରେ ପହଞ୍ଚି ଥିଲେ ମଧ୍ୟ ଘର ଭିତର ପଟେ କବାଟ ବନ୍ଦ ଥିବାରୁ ଅଭିଯୁକ୍ତକୁ କାବୁ କରିବା ରେ ବିଫଳ ହୋଇଥିଲେ । ପରେ ଜିଲ୍ଲା ମୁଖ୍ୟାଳୟରୁ ରିଜର୍ଭ ପୋଲିସ୍ ଫୋର୍ସ ଆସି ଘର କବାଟ ଭାଙ୍ଗି ଅଭିଯୁକ୍ତକୁ ଧରି ମୃତ ମହିଳାଙ୍କ ଶବ ବ୍ୟବଚ୍ଛେଦ ପାଇଁ ପଠାଇ ଅଧିକ ତଦନ୍ତ ଜାରି ରଖିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା