Masthead

ମାଆକୁ ଟାଙ୍ଗିଆ ରେ ହାଣି ହତ୍ୟା କଲା ପୁଅ

ନର୍ଲା (ବଡ଼ ଖବର ବ୍ୟୁରୋ): ନିଜର ଜନ୍ମ କଲା ମାଆକୁ ଟାଙ୍ଗିଆ ରେ ହାଣି ହତ୍ୟା କଲା ପୁଅ । ଏଭଳି ଅଭାବନୀୟ ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ୍ ଅନ୍ତର୍ଗତ ସାନଧାରପୁର୍ ଗାଁରେ। ସୂଚନା ଅନୁସାରେ ସାନଧାରପୁର୍ ଗାଁର ଭୁବନ ବିଶ୍ଵାଳ ନାମକ ୩୦ ବର୍ଷୀୟ ବ୍ୟକ୍ତି କୌଣସି କାରଣରୁ ନିଜ ମାଆ ୫୬ ବର୍ଷୀୟା କଳ୍ପନା ବିଶ୍ଵାଳଙ୍କୁ ଘର ଭିତରେ କବାଟ ବନ୍ଦ୍ କରି ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଜଣାପଡିଛି।

ଏହି ଲୋମ ହର୍ଷଣକାରି ଘଟଣା ଗତକାଲି ଦିନ ୨ ଟା ସମୟରେ ଘଟିଥିବା ବେଳେ ଗ୍ରାମବାସୀଙ୍କ ଠାରୁ ଖବର ପାଇ ନର୍ଲା ପୋଲିସ୍ ଘଟଣା ସ୍ଥଳରେ ପହଞ୍ଚି ଥିଲେ ମଧ୍ୟ ଘର ଭିତର ପଟେ କବାଟ ବନ୍ଦ ଥିବାରୁ ଅଭିଯୁକ୍ତକୁ କାବୁ କରିବା ରେ ବିଫଳ ହୋଇଥିଲେ । ପରେ ଜିଲ୍ଲା ମୁଖ୍ୟାଳୟରୁ ରିଜର୍ଭ ପୋଲିସ୍ ଫୋର୍ସ ଆସି ଘର କବାଟ ଭାଙ୍ଗି ଅଭିଯୁକ୍ତକୁ ଧରି ମୃତ ମହିଳାଙ୍କ ଶବ ବ୍ୟବଚ୍ଛେଦ ପାଇଁ ପଠାଇ ଅଧିକ ତଦନ୍ତ ଜାରି ରଖିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା