Masthead

ଖଣି ମନ୍ତ୍ରୀଙ୍କ ଜାତୀୟ ସମ୍ମଳନୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ଜାତୀୟ ଖଣି ମନ୍ତ୍ରୀ ସମ୍ମିଳନୀ । ଇକୋ ରିଟ୍ରିଟ କୋଣାର୍କରେ ହେବ ତୃତୀୟ ସଂସ୍କରଣ । ଆସନ୍ତା ୨ ଦିନ ଧରି ଚାଲିବ ଏହି ବୈଠକ । ଭୁବନେଶ୍ବରରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀଙ୍କ ସହ କଲେ ଆଲୋଚନା । ଓଡ଼ିଶା ସରକାରଙ୍କ ସହଯୋଗରେ କେନ୍ଦ୍ର ଖଣି ମନ୍ତ୍ରଣାଳୟ ତରଫରୁ ସମ୍ମିଳନୀର ଏହି ତୃତୀୟ ସଂସ୍କରଣ କୋଣାର୍କରେ ଆୟୋଜିତ ହେଉଛି ।

ବିକଶିତ ଭାରତ ୨୦୪୭ ଭିଜନ ସମନ୍ୱିତ ଦୁଇଦିନିଆ ଏହି ସମ୍ମିଳନୀରେ ସାମିଲ ହେବେ ୧୬ଟି ରାଜ୍ୟର ଖଣିମନ୍ତ୍ରୀ । ଏଥିସହିତ ଜାମୁ କାଶ୍ମୀରର ଉପ ମୁଖ୍ୟମନ୍ତ୍ରୀ ଏବଂ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ସମେତ କେନ୍ଦ୍ର ଏବଂ ଓଡ଼ିଶା ସରକାରଙ୍କ ବରିଷ୍ଠ ଅଧିକାରୀମାନେ ରହିବେ । ଦେଶବ୍ୟାପୀ ଦକ୍ଷ, ନିରାପଦ ଏବଂ ପରିବେଶ ଅନୁକୂଳ ଖଣି କାର୍ଯ୍ୟ ସୁନିଶ୍ଚିତ କରିବା ପାଇଁ ସହଯୋଗକୁ ପ୍ରୋତ୍ସାହିତ କରିବା ଉପରେ ରହିବ ଫୋକସ୍ । ସମ୍ମିଳନୀରେ ସାମିଲ ପାଇଁ ଓଡ଼ିଶା ପହଞ୍ଚିଛନ୍ତି କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ଜି କିଷନ ରେଡ୍ଡୀ ।

ଏହି ଅବସରରେ ରାଜ୍ୟ ଅତିଥି ଭବନରେ ରାଜ୍ୟ ଖଣି ମନ୍ତ୍ରୀ ଓ କେନ୍ଦ୍ର ଖଣି ମନ୍ତ୍ରୀଙ୍କ ଉପସ୍ଥିତିରେ ରାଜ୍ୟ ଖଣି ବିଭାଗର କାର୍ଯ୍ୟର ବିସ୍ତୃତ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ବୈଠକରେ ରାଜ୍ୟର ଖଣିଜ ସମ୍ପଦର ଲାଭ, ସାରା ରାଜ୍ୟର ବିକାଶରେ ଉପଯୋଗ କରିବା ପାଇଁ ଏକ ରାଜ୍ୟ ସ୍ତରୀୟ ଖଣିଜ ପାଣ୍ଠି ଗଠନ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଏହା ଛଡା ରାଜ୍ୟରେ ଜରୁରୀକାଳୀନ ଭିତ୍ତିରେ ନୂତନ ୧୦ଟି ଖଣିଜ ବ୍ଲକ ନିଲାମ କରିବା ଉପରେ ନିର୍ଣ୍ଣୟ ନିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ