Masthead

କୃଷକଙ୍କ ଉପରକୁ ଗୁଳିମାଡ଼ର ପ୍ରତିବାଦ, ଆଜି ଦେଶବ୍ୟାପୀ କଳାଦିବସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କୃଷକଙ୍କ ଉପରକୁ ରବର ଗୁଳିମାଡ଼କୁ ସଂଯୁକ୍ତ କିଷାନ ମୋର୍ଚ୍ଚା, କେନ୍ଦ୍ରୀୟ ଟ୍ରେଡ୍‌ୟୁନିୟନଗୁଡିକର ମିଳିତ ମଞ୍ଚ ଏବଂ ସ୍ବାଧୀନ ଫେଡେରେଶନ ସମୂହ ଓଡିଶା ପକ୍ଷରୁ ତୀବ୍ର ନିନ୍ଦା କରାଯାଇଛି। ଏହି ଗୁଳିରେ ପଞ୍ଜାବର ଭଟିଣ୍ଡା ଜିଲା ବାଲନ୍‌ ଗ୍ରାମର ଯୁବଚାଷୀ ଶୁଭ କରଣ ସିଂଙ୍କ ମୃତ୍ୟୁ ଘଟିଛି। ସେହିପରି ୬ଜଣ ଗୁରୁତର ଏବଂ ଅନେକ ଆହତ ହୋଇଛନ୍ତି।

ଏହାର ପ୍ରତିବାଦରେ ଶୁକ୍ରବାର ୨୩ ତାରିଖକୁ ‘କଳାଦିବସ’ ଭାବେ ପାଳନ କରାଯିବା ନେଇ ସୂଚନା ଦିଆଯାଇଛି। ଓଡ଼ିଶାର ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳରେ ସବୁଠି ‘କଳାଦିବସ’ ପାଳନ କରାଯିବ। କଳାପଟି ପରିଧାନ, ବିକ୍ଷୋଭ, ପଟୁଆର ସହ ସଭା ଆଦି ମାଧ୍ୟମରେ କୃଷକଙ୍କୁ ଗୁଳିମାଡ଼ ଘଟଣାର ତୀବ୍ର ପ୍ରତିବାଦ କରିବାକୁ ଆହ୍ବାନ ଦିଆଯାଇଛି।

ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ଛକଠାରେ ପ୍ରତିବାଦ କାର୍ଯ୍ୟକ୍ରମ ସଂଗଠିତ ହେବ। ସେହିପରି ଗୁଳିକାଣ୍ଡ ପାଇଁ ନିର୍ଦ୍ଦେଶ ଦେଇଥିବା ପୋଲିସ ମୁଖ୍ୟ ଓ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ ତୁରନ୍ତ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରମିକ, କୃଷକ ଏବଂ କର୍ମଚାରୀଙ୍କ ମିଳିତ ମଞ୍ଚ ପକ୍ଷରୁ ଦାବି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ