Masthead

ଓଡ଼ିଶା ଲୋକ ନବୀନଙ୍କୁ ଟାଟା, ବାଏ ବାଏ କହିଲେଣି: ଅମିତ ଶାହ

ସୋରୋଡା (ବଡ଼ ଖବର ବ୍ୟୁରୋ): ସୋରଡ଼ାରେ ପହଞ୍ଚିଲେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ସାଧାରଣ ସଭାରେ ଯୋଗଦେଲେ ଶାହ । କହିଛନ୍ତି ଆୟୁଷ୍ମାନ ଭାରତ ଲାଗୁ କରୁନାହାନ୍ତି ନବୀନ । କଂଗ୍ରେସ ରାମ ମନ୍ଦିରକୁ ଅଟକାଇଥିଲା, ମୋଦି ଆସିଲେ ମନ୍ଦିର କଲେ । ନବୀନ ସରକାର ଓଡ଼ିଶା ଲୋକଙ୍କୁ ରାମ ମନ୍ଦିର ସମାରୋହରେ ସାମିଲକୁ ରୋକିଲେ । ଯିଏ ରାମଙ୍କ ସମାରୋହ ଯିବାକୁ ରୋକିଲା, ତାକୁ ଓଡ଼ିଶା ଲୋକ କ୍ଷମା ଦେବେନି ବୋଲି କହିଛନ୍ତି ଶାହ ।

ଓଡ଼ିଶା ନକ୍ସଲବାଦରେ ପୀଡ଼ିତ ଥିଲା, ୧୦ ବର୍ଷରେ ମୋଦି ନକ୍ସଲଙ୍କୁ ସଫା କଲେ । ମୋଦି ଗରିବଙ୍କୁ ଚାଉଳ ଦେଉଛନ୍ତି, ନବୀନ ସେଥିରେ ନିଜ ଫଟୋ ଛାପୁଛନ୍ତି । ନିଜ ଫଟୋ ଛାପି ନିଜେ ଚାଉଳ ଦେଉଥିବା କହୁଛନ୍ତି ନବୀନ । ସେ ଆହୁରି ମଧ୍ୟ କହିଛନ୍ତି ନବୀନଙ୍କ ସରକାର ଠେଲା ସରକାର । ନବୀନ ଭାବୁଛନ୍ତି ଏହାକୁ ଲାଗୁ କଲେ ତାଙ୍କ ଲୋକପ୍ରିୟତା କମିବ । ଜୁନ୍‌ ୪ରେ ନବୀନ ବାବୁ ଯାଉଛନ୍ତି, ବିଜେପି ସରକାର ଆସୁଛି ।

ନବୀନ ବାବୁ ଓଡ଼ିଶାକୁ ୫୦ ବର୍ଷ ପଛକୁ ନେଇ ଯାଇଛନ୍ତି । ଓଡ଼ିଶାରେ ଚାଷୀଙ୍କ ଆୟ, ସାରା ଦେଶରେ ସର୍ବନିମ୍ନ । ନବୀନ ସରକାର ଆଉ ଆସିବାର ନାହିଁ । ନବୀନଙ୍କର ଆଉ ଆବଶ୍ୟକତା ନାହିଁ । ଓଡ଼ିଶା ଲୋକ ନବୀନଙ୍କୁ ଟାଟା, ବାଏ ବାଏ କହିଲେଣି । ଓଡ଼ିଶାରେ ଏବେ ବିଜେପି ସରକାର ଗଠନ ହେବାକୁ ଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା