Masthead

ଓଡ଼ିଶା ଲୋକ ନବୀନଙ୍କୁ ଟାଟା, ବାଏ ବାଏ କହିଲେଣି: ଅମିତ ଶାହ

ସୋରୋଡା (ବଡ଼ ଖବର ବ୍ୟୁରୋ): ସୋରଡ଼ାରେ ପହଞ୍ଚିଲେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ସାଧାରଣ ସଭାରେ ଯୋଗଦେଲେ ଶାହ । କହିଛନ୍ତି ଆୟୁଷ୍ମାନ ଭାରତ ଲାଗୁ କରୁନାହାନ୍ତି ନବୀନ । କଂଗ୍ରେସ ରାମ ମନ୍ଦିରକୁ ଅଟକାଇଥିଲା, ମୋଦି ଆସିଲେ ମନ୍ଦିର କଲେ । ନବୀନ ସରକାର ଓଡ଼ିଶା ଲୋକଙ୍କୁ ରାମ ମନ୍ଦିର ସମାରୋହରେ ସାମିଲକୁ ରୋକିଲେ । ଯିଏ ରାମଙ୍କ ସମାରୋହ ଯିବାକୁ ରୋକିଲା, ତାକୁ ଓଡ଼ିଶା ଲୋକ କ୍ଷମା ଦେବେନି ବୋଲି କହିଛନ୍ତି ଶାହ ।

ଓଡ଼ିଶା ନକ୍ସଲବାଦରେ ପୀଡ଼ିତ ଥିଲା, ୧୦ ବର୍ଷରେ ମୋଦି ନକ୍ସଲଙ୍କୁ ସଫା କଲେ । ମୋଦି ଗରିବଙ୍କୁ ଚାଉଳ ଦେଉଛନ୍ତି, ନବୀନ ସେଥିରେ ନିଜ ଫଟୋ ଛାପୁଛନ୍ତି । ନିଜ ଫଟୋ ଛାପି ନିଜେ ଚାଉଳ ଦେଉଥିବା କହୁଛନ୍ତି ନବୀନ । ସେ ଆହୁରି ମଧ୍ୟ କହିଛନ୍ତି ନବୀନଙ୍କ ସରକାର ଠେଲା ସରକାର । ନବୀନ ଭାବୁଛନ୍ତି ଏହାକୁ ଲାଗୁ କଲେ ତାଙ୍କ ଲୋକପ୍ରିୟତା କମିବ । ଜୁନ୍‌ ୪ରେ ନବୀନ ବାବୁ ଯାଉଛନ୍ତି, ବିଜେପି ସରକାର ଆସୁଛି ।

ନବୀନ ବାବୁ ଓଡ଼ିଶାକୁ ୫୦ ବର୍ଷ ପଛକୁ ନେଇ ଯାଇଛନ୍ତି । ଓଡ଼ିଶାରେ ଚାଷୀଙ୍କ ଆୟ, ସାରା ଦେଶରେ ସର୍ବନିମ୍ନ । ନବୀନ ସରକାର ଆଉ ଆସିବାର ନାହିଁ । ନବୀନଙ୍କର ଆଉ ଆବଶ୍ୟକତା ନାହିଁ । ଓଡ଼ିଶା ଲୋକ ନବୀନଙ୍କୁ ଟାଟା, ବାଏ ବାଏ କହିଲେଣି । ଓଡ଼ିଶାରେ ଏବେ ବିଜେପି ସରକାର ଗଠନ ହେବାକୁ ଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା