Masthead

ରେକର୍ଡ କରିପାରିଲେନି ନବୀନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୪ ବର୍ଷ ଶାସନ କ୍ଷମତାରେ ରହିଥିଲେ ମଧ୍ୟ ଏଥର ବଦଳିଛି ଓଡ଼ିଶାର ରାଜନୀତି । ଏଥର ଲୋକେ ବିଜେଡି ନୁହେଁ, ବିଜେପି ଉପରେ ଭରସା କରିଛନ୍ତି । ଦେଶର ୧ ନମ୍ବର ମୁଖ୍ୟମନ୍ତ୍ରୀ ବୋଲାଉଥିବା ନବୀନ ପଟ୍ଟନାୟକଙ୍କ ପାଖରୁ ମୁହଁ ବୁଲାଇ ନେଇଛନ୍ତି ଜନତା । ଓଡ଼ିଶାରେ ବିଜେଡିକୁ ପରାସ୍ତ କରି ଏକ ବିପୁଳ ବିଜୟ ହାସଲ କରିଛି ଭାରତୀୟ ଜନତା ପାର୍ଟି । ଏକପାଖିଆ କରି ଦଳ ଏଥରେ ବିଜୟୀ ହୋଇଛି । ଏହାସହିତ ଏକ ରେକର୍ଡରୁ ବଞ୍ଚିତ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ମୁଖ୍ୟମନ୍ତ୍ରୀ ଭାବେ ସର୍ବାଧିକ ସମୟ ଶାସନ କରି ରେକର୍ଡ କରିବାର ଆଶା ରଖିଥିବା ନବୀନଙ୍କୁ ନିରାଶ ହେବାକୁ ପଡ଼ିଛି। ଯଦି ଦେଖିବା ସିକିମର ପୂର୍ବତନ ମୁଖ୍ୟମନ୍ତ୍ରୀ ପବନ କୁମାର ଚାମଲିଂ ୨୪ ବର୍ଷ ୧୬୫ ଦିନ ମୁଖ୍ୟମନ୍ତ୍ରୀ ରହି ରେକର୍ଡ କରିଛନ୍ତି। ଏହି ତାଲିକାରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି ନବୀନ। ଗତକାଲି ସୁଦ୍ଧା ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ୨୪ ବର୍ଷ ୯୧ ଦିନ ରହିସାରିଛନ୍ତି। ଅଗଷ୍ଟ ମାସରେ ସେ ଚାମଲିଂଙ୍କ ରେକର୍ଡ ଭଙ୍ଗ କରିଥାନ୍ତେ। କିନ୍ତୁ ତାଙ୍କ ଦଳର ଏହି ସ୍ୱପ୍ନ ପୂରଣ ହୋଇପାରିନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି