Masthead

ନବୀନ ନମ୍ବର ୱାନ

ଭୁବନେଶ୍ୱର (ବଡ଼ ଖବର): ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନମ୍ବର ୱାନରେ । ଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୀର୍ଷସ୍ଥାନ ଅଧିକାର କରିଛନ୍ତି । ସୂଚନାନୁଯାୟୀ ଦେଶର ୩୧ ମୁଖ୍ୟମନ୍ତ୍ରୀଙ୍କ ସମ୍ପର୍କରେ କରାଯାଇଥିବା ସର୍ଭେରେ ନବୀନ ପୁଣିଥରେ ଶୀର୍ଷସ୍ଥାନରେ ରହିଛନ୍ତି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଦ୍ୱିତୀୟ ଓ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ଼୍ଡ଼ୀ ତୃତୀୟ ସ୍ଥାନରେ ଅଛନ୍ତି ।

୪ର୍ଥ ସ୍ଥାନରେ ଅଛନ୍ତି କେରଳ ମୁଖ୍ୟମନ୍ତ୍ରୀ ପି.ବିଜୟନ ଓ ପଞ୍ଚମରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ରହିଛନ୍ତି । ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ ଷଷ୍ଠ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମାନ୍ୟତା ପାଇଛନ୍ତି , ସପ୍ତମରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଥିବାବେଳେ ଅଷ୍ଟମ ସ୍ଥାନରେ ଅଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ଚୌହାନ । ନବମରେ ଗୋଆ ସିଏମ ପ୍ରମୋଦ ସାୱନ୍ତ ଏବଂ ଦଶମରେ ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୁପାନି ଅଛନ୍ତି । ପୂର୍ବରୁ ଅନେକ ସର୍ଭେରେ ସମସ୍ତଙ୍କୁ ପଛରେ ପକାଇ ନବୀନ ଏକ ନମ୍ବର ହୋଇଥିବାବେଳେ ଏବେ ବି ନବୀନଙ୍କ ଲୋକପ୍ରିୟତା ପୂର୍ବଭଳି ବଜାୟ ରଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ 🔴 ନୂଆପଡ଼ାରେ ହାଇଭୋଲଟେଜ ପ୍ରଚାର 🔴 ଭୋଟ ଦେଉଛି ବିହାର 🔴 ଆଜିଠୁ ଜମିବ ଐତିହାସିକ ବାଲିଯାତ୍ରା 🔴 ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ଭୋରରୁ ବୋଇତ ବନ୍ଦାଣ କଲେ ଶ୍ରଦ୍ଧାଳୁ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ 🔴 ନୂଆପଡ଼ାରେ ହାଇଭୋଲଟେଜ ପ୍ରଚାର 🔴 ଭୋଟ ଦେଉଛି ବିହାର 🔴 ଆଜିଠୁ ଜମିବ ଐତିହାସିକ ବାଲିଯାତ୍ରା 🔴 ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ଭୋରରୁ ବୋଇତ ବନ୍ଦାଣ କଲେ ଶ୍ରଦ୍ଧାଳୁ