Masthead

ନବୀନ ନମ୍ବର ୱାନ

ଭୁବନେଶ୍ୱର (ବଡ଼ ଖବର): ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନମ୍ବର ୱାନରେ । ଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୀର୍ଷସ୍ଥାନ ଅଧିକାର କରିଛନ୍ତି । ସୂଚନାନୁଯାୟୀ ଦେଶର ୩୧ ମୁଖ୍ୟମନ୍ତ୍ରୀଙ୍କ ସମ୍ପର୍କରେ କରାଯାଇଥିବା ସର୍ଭେରେ ନବୀନ ପୁଣିଥରେ ଶୀର୍ଷସ୍ଥାନରେ ରହିଛନ୍ତି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଦ୍ୱିତୀୟ ଓ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ଼୍ଡ଼ୀ ତୃତୀୟ ସ୍ଥାନରେ ଅଛନ୍ତି ।

୪ର୍ଥ ସ୍ଥାନରେ ଅଛନ୍ତି କେରଳ ମୁଖ୍ୟମନ୍ତ୍ରୀ ପି.ବିଜୟନ ଓ ପଞ୍ଚମରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ରହିଛନ୍ତି । ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ ଷଷ୍ଠ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମାନ୍ୟତା ପାଇଛନ୍ତି , ସପ୍ତମରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଥିବାବେଳେ ଅଷ୍ଟମ ସ୍ଥାନରେ ଅଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ଚୌହାନ । ନବମରେ ଗୋଆ ସିଏମ ପ୍ରମୋଦ ସାୱନ୍ତ ଏବଂ ଦଶମରେ ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୁପାନି ଅଛନ୍ତି । ପୂର୍ବରୁ ଅନେକ ସର୍ଭେରେ ସମସ୍ତଙ୍କୁ ପଛରେ ପକାଇ ନବୀନ ଏକ ନମ୍ବର ହୋଇଥିବାବେଳେ ଏବେ ବି ନବୀନଙ୍କ ଲୋକପ୍ରିୟତା ପୂର୍ବଭଳି ବଜାୟ ରଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ