ନେଦରଲ୍ୟାଣ୍ଡ୍‌ସରେ ବିବାହ କଲେ ନବୀନଙ୍କ ପୁତୁରା ଅରୁଣ ପଟ୍ଟନାୟକ, ନାଦିଆଙ୍କୁ କଲେ ଜୀବନସାଥୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୁତୁରା ଅରୁଣ ପଟ୍ଟନାୟକ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ନେଦରଲାଣ୍ଡରେ ବିବାହ କରିଛନ୍ତି। ଏନେଇ ତାଙ୍କ ଭଉଣୀ ଗାୟତ୍ରୀ ପଟ୍ଟନାୟକ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ସେ ବିବାହର ଫଟୋ ଶେୟାର କରିଛନ୍ତି। ଫଟୋରେ ଅରୁଣ ବିଦେଶୀ କନ୍ୟାଙ୍କ ସହ ନଜର ଆସିଛନ୍ତି। ସୂଚନାଯୋଗ୍ୟ, ନିକଟରେ ଶେଷ ହୋଇଥିବା ନିର୍ବାଚନ ଫଳାଫଳ ଆସିବା ପରେ ଅରୁଣ ଓଡ଼ିଶା ଆସିଥିବା ଚର୍ଚ୍ଚା ହେଉଥିଲା। କେବଳ ଏତିକି ନୁହେଁ, ସେ ଆଗାମୀ ଦିନରେ ଓଡ଼ିଶାରେ ବିଜେଡିର ମଙ୍ଗ ଧରିବେ ବୋଲି ଆଲୋଚନା ଚାଲିଥିଲା। କିନ୍ତୁ ଏନେଇ ନବୀନଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ଦିଆଯାଇନାହିଁ। ପୂର୍ବରୁ ମଧ୍ୟ ସେ ଅନେକଥର ପରିବାର ରାଜନୀତିକୁ ଖଣ୍ଡନ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!