Masthead

ଅଲିମ୍ପିକ ଖେଳାଳିଙ୍କ ପାଇଁ ପୁରସ୍କାର ଘୋଷଣା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଆ ଅଲିମ୍ପିକ ଖେଳାଳିଙ୍କ ପାଇଁ ପୁରସ୍କାର ଘୋଷଣା । ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚଳିତ ମାସ ଶେଷ ଭାଗରେ ଅନୁଷ୍ଠିତ ହେବାକୁ ଥିବା ଟୋକିଓ ଅଲିମ୍ପିକ୍ସରେ ଭାଗ ନେଉଥିବା ଓଡ଼ିଶାର ଅଲିମ୍ପିୟାନମାନଙ୍କ ସହିତ ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଥା ହୋଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରତି ଖେଳାଳିଙ୍କ ପାଇଁ ଅଲମ୍ପିକସ ହେଉଛି ଜୀବନର ଶ୍ରେଷ୍ଠ ସ୍ଵପ୍ନ । ଏହି ଅବସରରେ ଅଲିମ୍ପିୟାନ ଦୂତୀ ଚାନ୍ଦ, ପ୍ରମୋଦ ଭଗତ, ଦୀପ ଗ୍ରେସ ଏକ୍କା, ନମିତା ଟପ୍ପୋ, ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ ।

ଏହି ଅବସରରେ ଅଲିମ୍ପିକସ ପଦକ ବିଜେତାଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଆର୍ଥିକ ପୁରସ୍କାର ଘୋଷଣା କରିଥିଲେ । ଟୋକିଓ ଅଲିମ୍ପିକସରେ ସ୍ଵର୍ଣ୍ଣ ପଦକ ଜିତିଲେ ୬ କୋଟି ଟଙ୍କା, ରୌପ୍ୟ ପଦକ ଜିତିଲେ ୪ କୋଟି ଟଙ୍କା ଏବଂ କାଂସ୍ୟ ପଦକ ଜିତିଲେ ୨.୫ କୋଟି ଟଙ୍କା ରାଜ୍ୟ ସରକାରଙ୍କ ପଷରୁ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏହାସହିତ ଅଲିମ୍ପିକସ ପାଇଁ ଯୋଗ୍ୟତା ହାସଲ କରିଥିବାରୁ ପ୍ରତି ଖେଳାଳିଙ୍କ ପାଇଁ ଅଲିମ୍ପିକ ପ୍ରସ୍ତୁତି ନିମନ୍ତେ ୧୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ଘୋଷଣା କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ