ଅଲିମ୍ପିକ ଖେଳାଳିଙ୍କ ପାଇଁ ପୁରସ୍କାର ଘୋଷଣା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଆ ଅଲିମ୍ପିକ ଖେଳାଳିଙ୍କ ପାଇଁ ପୁରସ୍କାର ଘୋଷଣା । ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚଳିତ ମାସ ଶେଷ ଭାଗରେ ଅନୁଷ୍ଠିତ ହେବାକୁ ଥିବା ଟୋକିଓ ଅଲିମ୍ପିକ୍ସରେ ଭାଗ ନେଉଥିବା ଓଡ଼ିଶାର ଅଲିମ୍ପିୟାନମାନଙ୍କ ସହିତ ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଥା ହୋଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରତି ଖେଳାଳିଙ୍କ ପାଇଁ ଅଲମ୍ପିକସ ହେଉଛି ଜୀବନର ଶ୍ରେଷ୍ଠ ସ୍ଵପ୍ନ । ଏହି ଅବସରରେ ଅଲିମ୍ପିୟାନ ଦୂତୀ ଚାନ୍ଦ, ପ୍ରମୋଦ ଭଗତ, ଦୀପ ଗ୍ରେସ ଏକ୍କା, ନମିତା ଟପ୍ପୋ, ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ ।

ଏହି ଅବସରରେ ଅଲିମ୍ପିକସ ପଦକ ବିଜେତାଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଆର୍ଥିକ ପୁରସ୍କାର ଘୋଷଣା କରିଥିଲେ । ଟୋକିଓ ଅଲିମ୍ପିକସରେ ସ୍ଵର୍ଣ୍ଣ ପଦକ ଜିତିଲେ ୬ କୋଟି ଟଙ୍କା, ରୌପ୍ୟ ପଦକ ଜିତିଲେ ୪ କୋଟି ଟଙ୍କା ଏବଂ କାଂସ୍ୟ ପଦକ ଜିତିଲେ ୨.୫ କୋଟି ଟଙ୍କା ରାଜ୍ୟ ସରକାରଙ୍କ ପଷରୁ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏହାସହିତ ଅଲିମ୍ପିକସ ପାଇଁ ଯୋଗ୍ୟତା ହାସଲ କରିଥିବାରୁ ପ୍ରତି ଖେଳାଳିଙ୍କ ପାଇଁ ଅଲିମ୍ପିକ ପ୍ରସ୍ତୁତି ନିମନ୍ତେ ୧୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ଘୋଷଣା କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’