Masthead

ନୂଆପଡା ଯିବେ ନବୀନ, କରିବେ ରୋଡ ସୋ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜମୁଛି ନୂଆପଡା ଉପନିର୍ବାଚନ ପ୍ରଚାର । ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଜୋରଦାର ପ୍ରଚାର ପରେ ଆଜି ଯିବେ ନବୀନ ପଟ୍ଟନାୟକ ।ଭୁବନେଶ୍ୱରରୁ ସ୍ଵତନ୍ତ୍ର ହେଲିକପ୍ଟର ଯୋଗେ ନବୀନ ଦିନ ସାଢେ ୧୧ଟାରେ ଖରିଆରରୋଡ୍‌ ଥାନା ନିକଟରେ ଥିବା ହେଲିପ୍ୟାଡରେ ପହଞ୍ଚିବେ। ସେଠାରୁ ରୋଡ୍‌ ସୋ’ରେ ନୂଆପଡ଼ା ପର୍ଯ୍ୟନ୍ତ ଯିବେ । ଏହି ଅବସରରେ ଖରିଆର ରୋଡ୍‌ର ଡାଗା ଛକ, ବିଜୁ ପଟ୍ଟନାୟକ ଛକ, ଲଖ୍ମନିଆ ପେଟ୍ରୋଲ ପମ୍ପ ଛକରେ ଉପସ୍ଥିତ ଜନସାଧାରଣଙ୍କୁ ନବୀନ ଉଦ୍‌ବୋଧନ ଦେବେ । ପରେ ସେ ରୋଡ୍‌ ସୋ’ରେ ନୂଆପଡ଼ା ଏନ୍‌ଏସିରେ ପହଞ୍ଚି ସୂର୍ଯ୍ୟନଗର ଛକ, ଗାୟତ୍ରୀ ମନ୍ଦିର ଛକ ଓ ଏକତା ଛକରେ ଜନତାଙ୍କୁ ଉଦ୍‌ବୋଧନ ଦେବେ । ଅପରାହ୍ନ ୩ଟାରେ ନୂଆପଡ଼ାର ପାରକୋଡ୍‌ରେ ସାଧାରଣ ସଭାକୁ ସମ୍ବୋଧିତ କରିବା କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ