Masthead

ଆଜି କଳାହାଣ୍ଡିରେ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିବେ ନବୀନ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ଆଜି କଳାହାଣ୍ଡିରେ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିବେ ନବୀନ। ଆଜି ମୁଖ୍ୟମନ୍ତ୍ରୀ କଳାହାଣ୍ଡି ଗସ୍ତ କରି ଭୁବନେଶ୍ଵରଠାରୁ ବିମାନ ଯୋଗେ ବାହାରି ଉତକେଲା ଏୟାରଷ୍ଟ୍ରିପ୍‌ରେ ଅବତରଣ କରିବେ। ସେଠାରୁ ହେଲିକପ୍ଟର ଯୋଗେ ଭବାନୀପାଟଣା ଓୟୁଏଟି ପରିସରକୁ ଯିବେ।  ଓୟୁଏଟି ଅଡିଟୋରିୟମରେ ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟକାର୍ଡ ବଣ୍ଟନ କରିବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଅଡିଟୋରିୟମରେ କୋଭିଡ କଟକଣା ମଧ୍ୟରେ ମୋଟ ୩ଶହ ଜଣଙ୍କ ଉପସ୍ଥିତିରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିପାଇଁ ପୂର୍ବରୁ ସମସ୍ତଙ୍କ ଆଣ୍ଟିଜେନ ଟେଷ୍ଟ କରାଯାଇଛି। ସେହିପରି ଓୟୁଏଟି ପଡିଆରେ ଆଉ ଏକ ସଭାର ଆୟୋଜନ କରାଯାଇଛି। ଯେଉଁଥିରେ ସ୍ଵୟଂ ସହାୟକ ଗୋଷ୍ଠୀ ଏବଂ ନିମନ୍ତ୍ରିତ ଅତିଥି ମାନେ ବସିବା ପାଇଁ ବ୍ୟବସ୍ଥା କରାଯାଇଛି।

ସେପଟେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରି କଂଗ୍ରେସ ୧ଘଣ୍ଟା ପାଇଁ ଜନତା କର୍ଫ୍ୟୁ ଡକରା ଦେଇଛି। ଏପଟେ ବିଜେପି ବି ସମାଜିକ ବାସନ୍ଦ କରିବାକୁ ଆହ୍ବାନ ଦେଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ