Masthead

ସାର ପ୍ରସଙ୍ଗ, ବିଜେପି-ବିଜେଡି ମୁହିାଁମୁହିଁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟରେ ସାର ଯୋଗାଣରେ ବ୍ୟାପକ ଅବ୍ୟବସ୍ଥା, କଳାବଜାରୀ, ଅପମିଶ୍ରଣ ଏବଂ ବଜାରରେ ୟୁରିଆ ମିଳୁ ନ ଥିବାରୁ ଚାଷୀମାନେ ହନ୍ତସନ୍ତ ହେଉଛନ୍ତି। ଚାଷୀମାନଙ୍କର ଏ ସମସ୍ୟା ନେଇ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା  ନବୀନ ପଟ୍ଟନାୟକ। ଏହାର ପ୍ରତିକାର ନିମନ୍ତେ ସେ କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ଜେ.ପି ନଡ୍ଡାଙ୍କୁ ପତ୍ର ଲେଖି ସାର ଯୋଗାଣରେ ଅବ୍ୟବସ୍ଥା ସମ୍ପର୍କରେ ଅବଗତ କରାଇବାସହତୁରନ୍ତ ଆବଶ୍ୟକୀୟ ୟୁରିଆ ଯୋଗାଣ ସୁନିଶ୍ଚିତ କରିବାକୁ ଦାବି କରିଛନ୍ତି।

ସେପଟେ ସାର ପ୍ରସଙ୍ଗକୁ ନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ନବୀନଙ୍କୁ ପ୍ରଶ୍ନ କରିଛନ୍ତି । ମନମୋହନ କହିଛନ୍ତି ସାର ଉପରେ କହିବାକୁ ନବୀନଙ୍କ ନୈତିକତା ନାହିଁ । ବିଜେଡି ସରକାର ବର୍ଷ ବର୍ଷ ଧରି ୟୁରିଆ ଦେଇ ପାରୁନଥିଲେ । ହଜାର ହଜାର ଟଙ୍କାର ସାର ଦୁର୍ନୀତି ଅଭିଯୋଗ ଆସିଥିଲା ।

ସାର ଯୋଗାଇଦେବାକୁ ସରକାର ସବୁ ବ୍ୟବସ୍ଥା କରୁଛନ୍ତି ବୋଲି କହିଛନ୍ତି ମନମୋହନ । ଅନ୍ୟପଟେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି ରାଜ୍ୟରେ ସାରର ଅଭାବ ନାହିଁ । କେଉଁଠି ଅସୁବିଧା ପାଇଁ ନ ପହଞ୍ଚି ଥାଇପାରେ । ନବୀନ ବାବୁ କେବଳ ଚିଠି ଲେଖନ୍ତି, ପୂର୍ବରୁ ଦିଦିଙ୍କୁ ବି ଚିଠି ଲେଖିଥିଲେ । ଫଳ କଣ ହେଲା ସମସ୍ତେ ଜାଣିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ