Masthead

ପୁରୀବାସୀଙ୍କୁ ନବୀନଙ୍କ ଦୀପାବଳି ଭେଟି

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀ ଜିଲ୍ଲା ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ କାଳିଆ ସହାୟତା ଘୋଷଣା । ଜିଲ୍ଲାର ୧,୬୫,୧୩୧ ଚାଷୀ ପାଇବେ ୩୩କୋଟି ଟଙ୍କାର ସହାୟତା । ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲ୍ଲାର ଚାଷୀମାନେ କାଳିଆ ସହାୟତା ଭାବରେ ୨୦୦୦ ଟଙ୍କା ଲେଖାଏଁ ସହାୟତା ପାଇବେ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ବିଷୟ ଘୋଷଣା କରିଛନ୍ତି। ଜିଲ୍ଲାର ୧,୬୫,୧୩୧ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ୩୩.୦୩ କୋଟି ଟଙ୍କା ପାଇବେ ।

ଏହି ଟଙ୍କା ସିଧାସଳଖ ଚାଷୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯିବ । ସୂଚନାଯୋଗ୍ୟ ଯେ ସେପ୍ଟେମ୍ବର ୧୧ ତାରିଖରେ ମୁଖ୍ୟମନ୍ତ୍ରୀ ସାରା ରାଜ୍ୟର ୩୭,୧୨,୯୪୧ ଜଣ ଚାଷୀଙ୍କୁ ୭୪୨.୫୮ କୋଟି ଟଙ୍କାର କାଳିଆ ସହାୟତା ବଣ୍ଟନ କରିଥିଲେ । ପିପିଲି ଉପନିର୍ବାଚନ ପାଇଁ ପୁରୀ ଜିଲ୍ଲାର ଚାଷୀମାନଙ୍କୁ ଏହି ସହାୟତା ପ୍ରଦାନ କରାଯାଇପାରି ନଥିଲା । ରାଜ୍ୟର କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀ ପରିବାରମାନଙ୍କୁ କୃଷି କାର୍ଯ୍ୟରେ ସହାୟତା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଳିଆ ଯୋଜନା କାର୍ଯ୍ୟକାରୀ କରିଛନ୍ତି ।

ସାରା ଦେଶରେ ଚାଷୀମାନଙ୍କ କଲ୍ୟାଣ ପାଇଁ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ ।ଏଥିରେ ଚାଷୀମାନେ ବିଭିନ୍ନ କୃଷିସାମଗ୍ରୀ ଯଥା – ବିହନ, ସାର ତଥା କୀଟନାଶକ ଓ କୃଷି ଯନ୍ତ୍ରପାତି କିଣିବା ପାଇଁ ଆନୁସଂଗିକ ଆର୍ଥିକ ସୁବିଧା ପାଇପାରୁଛନ୍ତି। ସେହିପରି ଭୂମିହୀନ କୃଷି ପରିବାରମାନେ ମଧ୍ୟ ରୋଜଗାର ବୃଦ୍ଧି ପାଇଁ ବିଭିନ୍ନ ଆନୁସଂଗିକ କୃଷି କାର୍ଯ୍ୟ କରିପାରୁଛନ୍ତି । ଚାଷୀମାନଙ୍କ ଋଣ ଭାର କମ୍ କରିବାରେ ମଧ୍ୟ ଏହା ବିଶେଷ ସହାୟକ ସାବ୍ୟସ୍ତ ହୋଇ ପାରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ