Masthead

ପୁରୀବାସୀଙ୍କୁ ନବୀନଙ୍କ ଦୀପାବଳି ଭେଟି

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀ ଜିଲ୍ଲା ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ କାଳିଆ ସହାୟତା ଘୋଷଣା । ଜିଲ୍ଲାର ୧,୬୫,୧୩୧ ଚାଷୀ ପାଇବେ ୩୩କୋଟି ଟଙ୍କାର ସହାୟତା । ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲ୍ଲାର ଚାଷୀମାନେ କାଳିଆ ସହାୟତା ଭାବରେ ୨୦୦୦ ଟଙ୍କା ଲେଖାଏଁ ସହାୟତା ପାଇବେ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ବିଷୟ ଘୋଷଣା କରିଛନ୍ତି। ଜିଲ୍ଲାର ୧,୬୫,୧୩୧ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ୩୩.୦୩ କୋଟି ଟଙ୍କା ପାଇବେ ।

ଏହି ଟଙ୍କା ସିଧାସଳଖ ଚାଷୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯିବ । ସୂଚନାଯୋଗ୍ୟ ଯେ ସେପ୍ଟେମ୍ବର ୧୧ ତାରିଖରେ ମୁଖ୍ୟମନ୍ତ୍ରୀ ସାରା ରାଜ୍ୟର ୩୭,୧୨,୯୪୧ ଜଣ ଚାଷୀଙ୍କୁ ୭୪୨.୫୮ କୋଟି ଟଙ୍କାର କାଳିଆ ସହାୟତା ବଣ୍ଟନ କରିଥିଲେ । ପିପିଲି ଉପନିର୍ବାଚନ ପାଇଁ ପୁରୀ ଜିଲ୍ଲାର ଚାଷୀମାନଙ୍କୁ ଏହି ସହାୟତା ପ୍ରଦାନ କରାଯାଇପାରି ନଥିଲା । ରାଜ୍ୟର କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀ ପରିବାରମାନଙ୍କୁ କୃଷି କାର୍ଯ୍ୟରେ ସହାୟତା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଳିଆ ଯୋଜନା କାର୍ଯ୍ୟକାରୀ କରିଛନ୍ତି ।

ସାରା ଦେଶରେ ଚାଷୀମାନଙ୍କ କଲ୍ୟାଣ ପାଇଁ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ ।ଏଥିରେ ଚାଷୀମାନେ ବିଭିନ୍ନ କୃଷିସାମଗ୍ରୀ ଯଥା – ବିହନ, ସାର ତଥା କୀଟନାଶକ ଓ କୃଷି ଯନ୍ତ୍ରପାତି କିଣିବା ପାଇଁ ଆନୁସଂଗିକ ଆର୍ଥିକ ସୁବିଧା ପାଇପାରୁଛନ୍ତି। ସେହିପରି ଭୂମିହୀନ କୃଷି ପରିବାରମାନେ ମଧ୍ୟ ରୋଜଗାର ବୃଦ୍ଧି ପାଇଁ ବିଭିନ୍ନ ଆନୁସଂଗିକ କୃଷି କାର୍ଯ୍ୟ କରିପାରୁଛନ୍ତି । ଚାଷୀମାନଙ୍କ ଋଣ ଭାର କମ୍ କରିବାରେ ମଧ୍ୟ ଏହା ବିଶେଷ ସହାୟକ ସାବ୍ୟସ୍ତ ହୋଇ ପାରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି..