Masthead

ସିଦ୍ଧୁ ଦେଲେ ଇସ୍ତଫା, କ୍ୟାପଟେନ ହେବେ କି ସଭାପତି?

ଚଣ୍ଡିଗଡ଼ (ବଡ଼ ଖବର ବ୍ୟୁରୋ): ପଞ୍ଜାବ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ନବଜୋତ ସିଂ ସିଦ୍ଧୁ । ମାତ୍ର ୭୨ ଦିନ ଅଧ୍ୟକ୍ଷ ପଦରେ ରହିବା ପରେ ସିଦ୍ଧୁ ଇସ୍ତଫା ଦେଇଛନ୍ତି । ଇସ୍ତଫାର କାରଣ ସମ୍ପୂର୍ଣ୍ଣ ସ୍ପଷ୍ଟ ହୋଇନଥିବା ବେଳେ ସିଦ୍ଧୁ କହିଛନ୍ତି ପଞ୍ଜାବର ଭବିଷ୍ୟତ ସହ କୌଣସି ସାଲିସ କରିପାରିବି ନାହିଁ । ତେଣୁ ଇସ୍ତଫା ଦେଉଛି । ତେବେ ଆଗକୁ କଂଗ୍ରେସ ଦଳ ସହିତ କାର୍ଯ୍ୟ ଜାରି ରଖିବି । ଜୁଲାଇ ୧୮ ତାରିଖରେ ପଞ୍ଜାବର ପିସିସି ସଭାପତି ହୋଇଥିଲେ ସିଦ୍ଧୁ । କିନ୍ତୁ ହଠାତ ଇସ୍ତଫା ଦେବାକୁ ନେଇ ଏବେ ରାଜନୈତିକ ଚର୍ଚ୍ଚା ଲାଗି ରହିଛି ।

ସେପଟେ କିଛି ଦିନ ଆଗରୁ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା କ୍ୟାପଟେନ ଅମରିନ୍ଦର ସିଂ ବିଜେପିରେ ମିଶି ପାରନ୍ତି । ଦଳରେ ଦୁହିଁଙ୍କ ମଧ୍ୟରେ ବିବାଦ ଲାଗି ରହିଥିଲା । କ୍ୟାପଟେନଙ୍କ ଇସ୍ତଫା ପରେ ଏହା କମିବା ନେଇ ଚର୍ଚ୍ଚା ହେଉଥିଲେ ମଧ୍ୟ ଏହାର ବ୍ୟତିକ୍ରମ ଘଟିଛି । ସିଦ୍ଧୁ ଆଜି ନିଜ ଇସ୍ତଫା ପତ୍ର ସୋନିଆ ଗାନ୍ଧିଙ୍କୁ ପଠାଇ ଦେଇଛନ୍ତି । ଯାହାକୁ ନେଇ ଏବେ ସରଗରମ ହୋଇଛି ପଞ୍ଜାବ ରାଜନୀତି । ତେବେ କ୍ୟାପଟେନ ସନ୍ଧ୍ୟାରେ ଗୃହମନ୍ତ୍ରୀ ଅମିତ ଶାହ ଏବଂ ଜେପି ନଡ୍ଡାଙ୍କୁ ଭେଟିବେ ।

ଏହା ପୂର୍ବରୁ କ୍ୟାପଟେନଙ୍କୁ ଦଳର ସଭାପତି କରି ମାଷ୍ଟର ଷ୍ଟ୍ରୋକ ଖେଳିପାରେ କଂଗ୍ରେସ । ତେବେ ପଞ୍ଜାବ ମନ୍ତ୍ରିମଣ୍ଡଳରେ ମନ୍ତ୍ରୀଙ୍କ ନାଁ ଧାର୍ଯ୍ୟ ହେବା ସମୟରେ ରାହୁଲ ଗାନ୍ଧି ଚରଣଜୀତ ଚନ୍ନୀଙ୍କ ସହ କଥା ହୋଇ ନିଷ୍ପତ୍ତି ନେଇଥିଲେ। ସିଦ୍ଧୁଙ୍କୁ କେଉଁଠି ବି ସାମିଲ କରାଯାଇ ନଥିଲା । ଯେଉଁ କାରଣରୁ ସିଦ୍ଧୁ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଇଥିବା କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ