Masthead

ଆରମ୍ଭ ହୋଇଛି ନବରାତ୍ରି ପୂଜା, ଚଳଚଞ୍ଚଳ ମା’ ଶାରଳାଙ୍କ ପୀଠ

ଜଗତସିଂହପୁର(ବଡ଼ ଖବର ବ୍ୟୁରୋ): ଜଗତସିଂହପୁର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ଝଙ୍କଡ଼ ବାସୀନୀ ମା’ଶାରଳାଙ୍କ ପୀଠରେ ଗତକାଲି ଠାରୁ ଆରମ୍ଭ ହେଉଛି ନବରାତ୍ର ପୂଜା । ଏହାକୁ ନେଇ ଚଳଚଞ୍ଚଳ ହୋଇ ଉଠିଛି ଜଗତସିଂହପୁର ଜିଲ୍ଲା ଝଙ୍କଡ଼ ସ୍ଥିତ ମା ଶାରଳାଙ୍କ ପୀଠ। ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ମୂଳାଷ୍ଟମୀ ଠାରୁ ଆରମ୍ଭ ହୋଇଥିବା ପାର୍ବଣ ପୂଜା ମହାଷ୍ଟମୀ ପର‌୍ୟ୍ୟନ୍ତ ୧୬ ଦିନ ବ୍ୟାପି ମା’ଙ୍କ ପୀଠରେ ଅନୁଷ୍ଠିତ ହେବ ।ଏହି ଅବସରରେ ମା’ଶାରଳାଙ୍କୁ ବିଭିନ୍ନ ବେଶରେ ସୁସଜ୍ଜିତ କରାଯିବା ସହିତ ମା’ଙ୍କ ପୀଠରେ ପ୍ରତିଦିନ ଷୋଡଶ ଉପଚାର ପୂଜାଵ ଓ ଚଣ୍ଡୀ ପାଠ ଆଦି ଆୟୋଜିତ ହେଉଛି ।

ଏହି ସମୟରେ ମା’ ଙ୍କୁ ଦର୍ଶନ କରିବା ପାଇଁ ଦୂର ଦୁରାନ୍ତରରୁ ଶ୍ରଦ୍ଧାଳୁ ମାନଙ୍କର ଭିଡ ଜମୁଥିବାର ଦେଖା ଯାଇଛି। ଆରପଟେ ଚଳିତ ବର୍ଷ ଅଧିକ ଭିଡ଼ ହେବାର ସମ୍ଭାବନା ଥିବାରୁ ମନ୍ଦିର ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯିବା ସହିତ ସିସିଟିଭି ର ବ୍ୟବସ୍ଥା କରାଯାଇଛି । ଏହି ପାର୍ବଣ ସମୟରେ ମାଆଙ୍କ ବିଭିନ୍ନ ପ୍ରକାର ବେଶ କରାଯିବା ସହିତ ମାଆଙ୍କୁ ଦର୍ଶନ କଲେ ମନସ୍କାମନା ପୂର୍ଣ୍ଣ ହୋଇଥାଏ ବୋଲି ବିଶ୍ୱାସ ରହିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ