ନକ୍ସଲ ଆକ୍ରମଣରେ ଓଡ଼ିଆ ଯବାନ ସହିଦ

ଅନନ୍ଦପୁର (ବଡ଼ ଖବର ବ୍ୟୁରୋ): ନେକ୍ସଲଙ୍କ ଆକ୍ରମଣରେ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ (ସିଆରପିଏଫ) ର ଜଣେ ଓଡ଼ିଆ ଯବାନ ସହିଦ ହୋଇଛନ୍ତି ।ଯବାନଙ୍କ ନାମ ହେଉଛି ସୁଶାନ୍ତ ଖୁଣ୍ଟିଆ । କେନ୍ଦୁଝର ଜିଲ୍ଲା ଆନନ୍ଦପୁର ପୌରାଞ୍ଚଳର ୪ନମ୍ବର ୱାର୍ଡରେ ସୁଶାନ୍ତଙ୍କ ଘର । ତେବେ ସୁଶାନ୍ତଙ୍କ ବ୍ୟତୀତ ଏହି ଆକ୍ରମଣରେ ଆଉ ଜଣେ ଯବାନ ମଧ୍ୟ ଗୁରୁତର ହୋଇଛନ୍ତି । ଆଜି ଦିନ ପ୍ରାୟ ୧୧ଟାରୁ ସାଢ଼େ୧୧ ମଧ୍ୟରେ ଏହି ଘଟଣା ଘଟିଛି । ସିଆରପିଏଫ ୬୦ ବାଟାଲାୟିନର ଯବାନ ମାନେ କମ୍ବିଂ ସରେି ଫେରୁଥିବା ସମୟରେ ନକ୍ସଲ ମାନେ ଆମ୍ବୁସ ଲଗାଇ ଆକ୍ରମଣ କରିଥିଲେ ।  ତାଙ୍କ ଛାତିରେ ଗୁଳି ବାଜିଥିଲା ।

ସହିଦ ସୁଶାନ୍ତଙ୍କ ପରିବାରରେ ଏବେ ଶୋକର ଛାୟା ଖେଳିଯାଇଛି । କିଛି ବର୍ଷ ପୂର୍ବରୁ ସୁଶାନ୍ତଙ୍କ ବାପା ଓ ୨ଭାଇଙ୍କ ମୃତୁ୍ୟ ଘଟିଛି ।ତାଙ୍କ ବଡ଼ଭାଇ ମଧ୍ୟ ସିଆରପିଏଫ ରେ ଥିଲେ । ୨ବର୍ଷ ତଳେ ସେ ସହିଦ ହୋଇଥିଲେ ।ଆଉ ଜଣେ ଭାଇଙ୍କର କ୍ୟାନସରରେ ଦେହାନ୍ତ ହୋଇଥିଲା । ସେପଟେ ତାଙ୍କ ମା’ଙ୍କ ଦେହର ଅବସ୍ଥା ଅତ୍ୟନ୍ତ ଖରାପ ଥିବାରୁ ସେ ଭୁବନେଶ୍ୱରରେ ଚିକିତ୍ସିତ ଅଛନ୍ତି । ମାତ୍ର ୪ମାସ ତଳେ ବିବାହ କରିଥିଲେ ସୁଶାନ୍ତ । ସୁଶାନ୍ତଙ୍କ ମୃତ୍ୟୁରେ ସାରା ରାଜ୍ୟରେ ଶୋକର ଛାୟା ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!