Masthead

ହରିଆଣାରେ ଆଜିଠୁ ସୈନି ସରକାର ୨.O

ହରିଆଣା (ବଡ଼ ଖବର ବ୍ୟୁରୋ): ହରିଆଣାରେ ଆଜିଠୁ ସୈନି ସରକାର ୨.O । ଦ୍ବିତୀୟ ଥର ପାଇଁ ନାୟବ ସିଂହ ସୈନି ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି । ଦିନ ୧୧ଟାରେ ପଞ୍ଚକୁଲାରେ ଶତଥ ସମାରୋହ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନାୟବ ସିଂହ ସୈନି । ରାଜ୍ୟପାଳ ବନ୍ଦାରୁ ଦତ୍ତାତ୍ରେୟ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ । ସୈନିଙ୍କ କ୍ୟାବିନେଟରେ ୧୦ଜଣ ମନ୍ତ୍ରୀ ସ୍ଥାନ ପାଇବେ ବୋଲି କୁହାଯାଉଛି । ପଞ୍ଚକୁଲାର ଦଶହରା ପଡ଼ିଆରେ ସୈନି ସରକାରଙ୍କ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ । ସେଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ସମେତ ଏନ୍ଡିଏ ଶାସିତ ରାଜ୍ୟମାନଙ୍କର ମୁଖ୍ୟମନ୍ତ୍ରୀ ଓ ଅନ୍ୟ ବହୁ ବରିଷ୍ଠ ନେତା ଉପସ୍ଥିତ ରହିବେ । ସଦ୍ୟ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ହରିଆଣାର ୯୦ ବିଧାନସଭା ଆସନ ମଧ୍ୟରୁ ବିଜେପି ୪୮ଟିରେ ଜିତିଥିଲା ।

ଆଜି ହରିଆଣାର ମୁଖ୍ୟମନ୍ତ୍ରୀ ଭାବେ ସୈନି ଶପଥ ନେବା ପରେ ଚଣ୍ଡିଗଡ଼ରେ ଏନ୍ଡିଏ ଶାସିତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ ଅନୁଷ୍ଠିତ ହେବ । ଏଥିରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗଦେବେ । ସମ୍ମିଳନୀରେ ବିଜେପିରୁ ମୋଟ୍ ୧୩ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ୧୬ ଉପ ମୁଖ୍ୟମନ୍ତ୍ରୀ ସାମିଲ ହେବାକୁ ଥିବା ବେଳେ ମହାରାଷ୍ଟ୍ର, ଆନ୍ଧ୍ର ପ୍ରଦେଶ, ବିହାର, ସିକ୍କିମ, ନାଗାଲାଣ୍ଡ ଏବଂ ମେଘାଳୟ ଭଳି ଏନ୍ଡିଏ ନେତୃତ୍ୱାଧୀନ ସରକାରର ମୁଖ୍ୟମନ୍ତ୍ରୀମାନେ ବି ଯୋଗଦେବେ । ରାଷ୍ଟ୍ରୀୟ ବିକାଶ ଭଳି ଗୁରୁତ୍ୱପୂର୍ଣ୍ଣ ଏଜେଣ୍ଡାକୁ ନେଇ ସମ୍ମିଳନୀରେ ଆଲୋଚନା ହେବ । ସେହିଭଳି ସମ୍ବିଧାନର ଅମୃତ ମହୋତ୍ସବ ଏବଂ ଗଣତନ୍ତ୍ରର ହତ୍ୟା ଉଦ୍ୟମର ୫୦ ବର୍ଷ ପୂର୍ତ୍ତି ଉତ୍ସବ ଆୟୋଜନ ସଂକ୍ରାନ୍ତରେ ବି ଚର୍ଚ୍ଚା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ