Masthead

ଟୁରିଷ୍ଟ ବସ୍ ଦୁର୍ଘଟଣା, ୫ ମୃତ

ନୟାଗଡ଼ (ବଡ଼ ଖବର ବ୍ୟୁରୋ): ବ୍ରହ୍ମପୁରରୁ ବଲାଙ୍ଗୀର ହରିଶଙ୍କର ବୁଲି ଯିବାବେଳେ ମର୍ମନ୍ତୁଦ ଦୁର୍ଘଟଣା। ନୟାଗଡ଼ ୫୭ ନମ୍ବର ଜାତୀୟ ରାଜପଥ ଟାକରା ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିଲା ଟୁରିଷ୍ଟ ବସ୍। ଡ୍ରାଇଭର୍ ସମେତ ୫ ମୃତ, ୪୫ରୁ ଉର୍ଦ୍ଧ୍ଵ ଆହତ। ସମସ୍ତ ମୃତାହତ ବ୍ରହ୍ମପୁର ଅଞ୍ଚଳର ହୋଇଥିବା ସୂଚନା। ବିଳମ୍ବିତ ରାତି ୧ ଟାରେ ଏହି ଦୁର୍ଘଟଣା ଘଟିଛି। ସୂଚନାନୁଯାୟୀ, ବ୍ରହ୍ମପୁର ଅଞ୍ଚଳର ପ୍ରାୟ ୫୫ ଜଣ ଯାତ୍ରୀ ଏକ ବସ୍ ରେ ବଲାଙ୍ଗୀରର ହରିଶଙ୍କର ବୁଲି ଯାଉଥିଲେ।

ବିଳମ୍ବିତ ରାତି ୧ ଟାରେ ନୟାଗଡ଼ ୫୭ ନମ୍ବର ଜାତୀୟ ରାଜପଥ ଟାକରା ନିକଟରେ ବସ୍‌ ଟି ଏକ ବଡ଼ ପଥର ସହ ଧକ୍କା ହୋଇ ରାସ୍ତା କଡକୁ ଓଲଟି ପଡିଛି। ଫଳରେ ଡ୍ରାଇଭର୍ ସମେତ ୫ ଜଣଙ୍କର ମୃତ୍ୟୁ ହୋଇଛି। ୪୫ରୁ ଉର୍ଦ୍ଧ୍ଵ ଲୋକ ଆହତ ହୋଇଛନ୍ତି। ଖବର ପାଇ ପୁଲିସ ଓ ଆମ୍ବୁଲାନ୍ସ ଘଟଣା ସ୍ଥଳରେ ପହଂଚି ମୃତାହତଙ୍କୁ ଉଦ୍ଧାର କରିଥିଲା ବେଳେ ଆହତଙ୍କୁ ମେଡିକାଲ ପଠାଇଛି। ମୃତକଙ୍କ ମଧ୍ୟରେ ୩ ମହିଳା ଅଛନ୍ତି। ମୃତକମାନେ ହେଲେ ହରି ପାତ୍ର, ଲକ୍ଷ୍ମୀ ପାତ୍ର, ସୁପ୍ରଭା ସାହୁ, ସୁମତି ସାହୁ ଓ ଡ୍ରାଇଭର ପ୍ରବୀଣ ସାହୁ। ୫ ଗୁରୁତରଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ବାକି ୪୫ ଆହତ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ଦଶପଲ୍ଲା ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।.

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍