Masthead

ଦୁଇଦିନ ହେବ ପଡ଼ି ରହିଛି ଶବ

ନୟାଗଡ଼ ( ବଡ଼ ଖବର ବ୍ୟୁରୋ) : ଶ୍ମଶାନ ଯାଗାକୁ ନେଇ ଦେଖାଦେଇଛି ବିବାଦ । ସତ୍କାର ଲାଗି ଶବକୁ ଛାଡି ଦେଲେନି ଗାଁ ଲୋକେ। ଫଳରେ ଗତ କାଲି ଠାରୁ ପଡି ରହିଛି ମୃତକଙ୍କ ମର ଶରୀର । ଯାହାକୁ ପ୍ରତିବାଦ କରି ଶବକୁ କଦଳୀପଲ୍ଲୀ-ଶିଖରପୁର ରାସ୍ତାରେ ରଖି ଧାରଣା ଦେଇଛନ୍ତି ଗାଁ ଲୋକ । ଏମିତିକା ଘଟଣା ଘଟିଛି ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଶରଣକୁଳ ଥାନା ଭାଲିଆ ଡ଼ିହି ଗାଁରେ । ଘଟଣା ସ୍ଥଳରେ ପହଞ୍ଚି ବୁଝାସୁଝା କରୁଛି ପୋଲିସ । ଗାଁର ଉପରସାହି ଏବଂ ପାଇକ ସାହି ମଧ୍ୟରେ ଶ୍ମଶାନ ଯାଗାକୁ ନେଇ ବିବାଦ ଲାଗି ରହିଛି। ଗତକାଲି ଉପର ସାହିର ନାଥ ପ୍ରଧାନ(୭୨)ଙ୍କର ମୃତ୍ୟୁ ଘଟିଥିଲା । ମାତ୍ର ଶବକୁ ସତ୍କାର ଲାଗି ପାଇକ ସାହିର ଲୋକମାନେ ବିରୋଧ କରିଥିଲେ । ଫଳରେ ଗତକାଲି ଠାରୁ ମୃତଦେହ ପଡ଼ି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା