Masthead

ବଢିଲା ହରିଶ୍ଚନ୍ଦ୍ର ଯୋଜନା ସହାୟତା ରାଶି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଢିଲା ହରିଶ୍ଚନ୍ଦ୍ର ଯୋଜନା ସହାୟତା ରାଶି । ଗ୍ରାମାଞ୍ଚଳରେ ଏହି ସହାୟତା ରାଶିକୁ ୨ ହଜାରରୁ ୩ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବାବେଳେ, ସହରାଞ୍ଚଳରେ ଏହି ସହାୟତା ରାଶିକୁ ୩ ହଜାରରୁ ୪ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ଅନ୍ୟପଟେ ଚଳିତ ରାଜ୍ୟ ବଜେଟରେ ଜନସାଧାରଣଙ୍କୁ କେମୋଥେରାପି, ଅଙ୍କୋ ସର୍ଜରୀ, ରେଡିଓଥେରାପି ଓ ପୀଡା ଉପଶମକାରୀ କର୍କଟରୋଗର ଚିକିତ୍ସା ପାଇଁ ୩ଟି ପର୍ୟ୍ୟାୟରେ ୧୧ଟି କେନ୍ଦ୍ର ପ୍ରତିଷ୍ଠା ହେବ ବୋଲି ଅର୍ଥମନ୍ତ୍ରୀ ସୂଚନା ଦେଇଛନ୍ତି । ଏଥିପାଇଁ ବଜେଟରେ ୧ ହଜାର ୪୬ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ଅନ୍ୟପଟେ କର୍କଟ ଚିକିତ୍ସା କେନ୍ଦ୍ର ପାଇଁ ୨୧୧ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ସେହିପରି ପିଏମ୍-ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟସେବାର ଭିତ୍ତିଭୂମି ମିଶନ ପାଇଁ ୩ ଶହ ୩୮ କୋଟି ଟଙ୍କା ଖର୍ଚ୍ଚ ହେବ । ‘ଆମ ହସ୍ପିଟାଲ’ ଯୋଜନା ପାଇଁ ରାଜ୍ୟ ବଜେଟରେ ୭୫୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ତେବେ ଆଗାମୀ ୧ ବର୍ଷ ଭିତରେ ୧୪୭ଟି ସ୍ୱାସ୍ଥ୍ୟକେନ୍ଦ୍ରକୁ ରୂପାନ୍ତରିତ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ