Masthead

ବଢିଲା ହରିଶ୍ଚନ୍ଦ୍ର ଯୋଜନା ସହାୟତା ରାଶି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଢିଲା ହରିଶ୍ଚନ୍ଦ୍ର ଯୋଜନା ସହାୟତା ରାଶି । ଗ୍ରାମାଞ୍ଚଳରେ ଏହି ସହାୟତା ରାଶିକୁ ୨ ହଜାରରୁ ୩ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବାବେଳେ, ସହରାଞ୍ଚଳରେ ଏହି ସହାୟତା ରାଶିକୁ ୩ ହଜାରରୁ ୪ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ଅନ୍ୟପଟେ ଚଳିତ ରାଜ୍ୟ ବଜେଟରେ ଜନସାଧାରଣଙ୍କୁ କେମୋଥେରାପି, ଅଙ୍କୋ ସର୍ଜରୀ, ରେଡିଓଥେରାପି ଓ ପୀଡା ଉପଶମକାରୀ କର୍କଟରୋଗର ଚିକିତ୍ସା ପାଇଁ ୩ଟି ପର୍ୟ୍ୟାୟରେ ୧୧ଟି କେନ୍ଦ୍ର ପ୍ରତିଷ୍ଠା ହେବ ବୋଲି ଅର୍ଥମନ୍ତ୍ରୀ ସୂଚନା ଦେଇଛନ୍ତି । ଏଥିପାଇଁ ବଜେଟରେ ୧ ହଜାର ୪୬ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ଅନ୍ୟପଟେ କର୍କଟ ଚିକିତ୍ସା କେନ୍ଦ୍ର ପାଇଁ ୨୧୧ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ସେହିପରି ପିଏମ୍-ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟସେବାର ଭିତ୍ତିଭୂମି ମିଶନ ପାଇଁ ୩ ଶହ ୩୮ କୋଟି ଟଙ୍କା ଖର୍ଚ୍ଚ ହେବ । ‘ଆମ ହସ୍ପିଟାଲ’ ଯୋଜନା ପାଇଁ ରାଜ୍ୟ ବଜେଟରେ ୭୫୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ତେବେ ଆଗାମୀ ୧ ବର୍ଷ ଭିତରେ ୧୪୭ଟି ସ୍ୱାସ୍ଥ୍ୟକେନ୍ଦ୍ରକୁ ରୂପାନ୍ତରିତ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ