Masthead

କିଏ ହେବେ ଅଷ୍ଟାଦଶ ଲୋକସଭାର ବାଚସ୍ପତି ? ଆଜି ହେବ ନାମାଙ୍କନ ଦାଖଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଲୋକସଭା ବାଚସ୍ପତି ନିର୍ବାଚନ । ଆଜି ଏନଡିଏ ଘୋଷଣା କରିପାରେ ବାଚସ୍ପତି ପ୍ରାର୍ଥୀଙ୍କ ନାଁ । ତେବେ କିଏ ହେବେ ଅଷ୍ଟାଦଶ ଲୋକସଭାର ବାଚସ୍ପତି ? ଚର୍ଚ୍ଚାରେ ରହିଛି ଏନଡିଏର ୪ ଚେହେରା । ବାଚସ୍ପତି ରେସରେ ସବୁଠୁ ଆଗରେ ଓମ୍ ବିର୍ଲାଙ୍କ ନାଁ ଥିବାବେଳେ ଆନ୍ଧ୍ରପ୍ରଦେଶ ବିଜେପି ସଭାପତି ଡି ପୁରନ୍ଦେଶ୍ୱରୀ, ବରିଷ୍ଠ ବିଜେପି ନେତା ରାଧାମୋହନ ସିଂହ ଏବଂ ଭର୍ତ୍ତୃହରି ମହତାବଙ୍କ ନାଁକୁ ନେଇ ଚର୍ଚ୍ଚା ଲାଗି ରହିଛି । ଆଜି ଦିନ ୧୨ ସୁଦ୍ଧା ନାମାଙ୍କନ ପତ୍ର ଦାଖଲ କରାଯିବାର ସମୟ ଧାର୍ଯ୍ୟ ହୋଇଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆ ବାଚସ୍ପତିଙ୍କ ନାମ ଘୋଷଣା କରିପାରନ୍ତି । ଆସନ୍ତାକାଲି ଲୋକସଭା ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ । ସେ ପର୍ୟ୍ୟନ୍ତ ଭର୍ତୃହରି ମହତାବଙ୍କୁ ଅସ୍ଥାୟୀ ବାଚସ୍ପତି ରୂପେ ନିଯୁକ୍ତ କରାଯାଇଛି । ୧୮ତମ ଲୋକସଭାର ପ୍ରଥମ ଅଧିବେଶନ କାଲିଠୁ ଆରମ୍ଭ ହୋଇଥିବା ବେଳେ ପ୍ରଥମ ଦିନରେ ୨୮୦ ଜଣ ଲୋକସଭା ସାଂସଦ ଶପଥ ନେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା