Masthead

କିଏ ହେବେ ଅଷ୍ଟାଦଶ ଲୋକସଭାର ବାଚସ୍ପତି ? ଆଜି ହେବ ନାମାଙ୍କନ ଦାଖଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଲୋକସଭା ବାଚସ୍ପତି ନିର୍ବାଚନ । ଆଜି ଏନଡିଏ ଘୋଷଣା କରିପାରେ ବାଚସ୍ପତି ପ୍ରାର୍ଥୀଙ୍କ ନାଁ । ତେବେ କିଏ ହେବେ ଅଷ୍ଟାଦଶ ଲୋକସଭାର ବାଚସ୍ପତି ? ଚର୍ଚ୍ଚାରେ ରହିଛି ଏନଡିଏର ୪ ଚେହେରା । ବାଚସ୍ପତି ରେସରେ ସବୁଠୁ ଆଗରେ ଓମ୍ ବିର୍ଲାଙ୍କ ନାଁ ଥିବାବେଳେ ଆନ୍ଧ୍ରପ୍ରଦେଶ ବିଜେପି ସଭାପତି ଡି ପୁରନ୍ଦେଶ୍ୱରୀ, ବରିଷ୍ଠ ବିଜେପି ନେତା ରାଧାମୋହନ ସିଂହ ଏବଂ ଭର୍ତ୍ତୃହରି ମହତାବଙ୍କ ନାଁକୁ ନେଇ ଚର୍ଚ୍ଚା ଲାଗି ରହିଛି । ଆଜି ଦିନ ୧୨ ସୁଦ୍ଧା ନାମାଙ୍କନ ପତ୍ର ଦାଖଲ କରାଯିବାର ସମୟ ଧାର୍ଯ୍ୟ ହୋଇଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆ ବାଚସ୍ପତିଙ୍କ ନାମ ଘୋଷଣା କରିପାରନ୍ତି । ଆସନ୍ତାକାଲି ଲୋକସଭା ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ । ସେ ପର୍ୟ୍ୟନ୍ତ ଭର୍ତୃହରି ମହତାବଙ୍କୁ ଅସ୍ଥାୟୀ ବାଚସ୍ପତି ରୂପେ ନିଯୁକ୍ତ କରାଯାଇଛି । ୧୮ତମ ଲୋକସଭାର ପ୍ରଥମ ଅଧିବେଶନ କାଲିଠୁ ଆରମ୍ଭ ହୋଇଥିବା ବେଳେ ପ୍ରଥମ ଦିନରେ ୨୮୦ ଜଣ ଲୋକସଭା ସାଂସଦ ଶପଥ ନେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା