Masthead

ଚେନ୍ନାଇ ଦ୍ୱିତୀୟ ଟେଷ୍ଟରେ ବଦଲା ନେଲା ଭାରତ

ଚେନ୍ନାଇ (ବଡ଼ ଖବର): ଚେନ୍ନାଇରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟରେ ଭାରତ ବିଜୟୀ । ଇଂଲଣ୍ଡକୁ ୩୧୭ ରନରେ ହରାଇଲା ଭାରତ । ୪ମ୍ୟାଚ୍ ବିଶିଷ୍ଟ ସିରିଜରେ ୧-୧ ରେ ବରାବର । ଦ୍ୱିତୀୟ ଇଂନିସରେ ଇଂଲଣ୍ଡ ୧୬୪ ରନରେ ହେଲା ଅଲ୍ଆଉଟ୍  । ଚେନ୍ନାଇର ଏମ୍ ଏ ଚିଦାମ୍ବରମ୍ ଷ୍ଟାଡିୟମରେ ଖେଳା ଯାଉଥିବା ଭାରତ-ଇଂଲଣ୍ଡ ୨ୟ ଟେଷ୍ଟରେ ଆଜି ଇଂଲଣ୍ଡ ଦଳ ୧୬୪ ରନରେ ଅଲଆଉଟ୍ ହେବା ଫଳରେ ଭାରତ ଠାରୁ ୩୧୭ ରନରେ ପରାଜିତ ହୋଇଛି। ଏହାସହ ୪ ମ୍ୟାଚ୍ ବିଶିଷ୍ଟ ଏହି ଟେଷ୍ଟ ସିରିଜରେ ଉଭୟ ଦଳ ଗୋଟିଏ ଲେଖାଏଁ ମ୍ୟାଚ୍ ଜିତି ୧-୧ରେ ସିରିଜ ବରାବର କରିଛନ୍ତି ।

ଟସ୍ ଜିତି ଭାରତ ପ୍ରଥମେ ବ୍ୟାଟିଂ ଲାଗି ନିଷ୍ପତ୍ତି ନେଇଥିଲା। ପ୍ରଥମ ଇନିଂସରେ ୩୨୯ ରନ୍ କରିଥିଲା ଭାରତ। ଏହାର ଜବାବରେ ଇଂଲଣ୍ଡ ଦଳ ମାତ୍ର ୧୩୪ ରନ କରି ସମସ୍ତ ଉଇକେଟ ହରାଇଥିଲା। ଫଳରେ ଭାରତ ୧୯୫ ରନରେ ଆଗୁଆ ରହିଥିଲା। ପ୍ରଥମ ଇନିଂସରେ ମୋଟ ୧୯୫ ରନରେ ଅଗ୍ରଣୀ ଥିବା ଭାରତ ନିଜର ଦ୍ୱିତୀୟ ଇନିଂସରେ ୨୮୬ ରନ କରି ଅଲଆଉଟ ହୋଇଯାଇଥିଲା । ଭାରତ ପକ୍ଷରୁ ଆର. ଅଶ୍ୱିନୀ ୧୦୬ ରନ କରିଥିବାବେଳେ ବିରାଟ କୋହଲି ୬୨ରନ କରିଥିଲେ । ଇଂଲାଣ୍ଡ ପକ୍ଷରୁ ଜାକ୍ ଲିଚ୍ କରିଥିବାବେଳେ ଓ ମୋଇନ ଅଲ୍ଲୀ ୪ଟି ଲେଖାଏଁ ୱିକେଟ ନେଇଥିଲେ ।

ଇଂଲଣ୍ଡ ଦଳ ଆରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର ସାମ୍ନା କରିଥିଲା ରୋରି ବର୍ନସ ୨୫ ରନ କରି ଆଉଟ ହୋଇଥିବାବେଳେ ଡୋମିନିକ ସିବଲି ୩ ରନ ଓ ଜାକ ଲିଚ୍ ୦ ରନରେ ଆଉଟ ହୋଇଥିଲେ। ଆଜି ସକାଳେ ଡାନିଏଲ ଲରେନ୍ସ ଓ ଜୋ ରୁଟ ବ୍ୟାଟିଂ ଆରମ୍ଭ କରି ବିଶେଷ ଭଲ ପ୍ରଦର୍ଶନ କରିପାରି ନ ଥିଲେ। ୧୬୪ରନରେ ସମସ୍ତ ଉଇକେଟ୍ ହରାଇଥିଲା ଦଳ। ଅକ୍ଷର ପଟେଲ ୫ଟି ୱିକେଟ ନେଇଥିବା ବେଳେ ଅଶ୍ୱିନୀ ୩ଟି ଓ କୁଳଦୀପ ଯାଦବ ୨ଟି ୱିକେଟ ନେଇ ଇଂଲଣ୍ଡକୁ ବ୍ୟାକଫୁଟକୁ ଠେଲି ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅବପାତରେ ପରିଣତ ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ 🔴 ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର ରାମଚନ୍ଦ୍ର ନାୟକ 🔴 ମାଇକ୍ରୋସଫ୍ଟ ଏବଂ ଗୁଗୁଲକୁ ଭାରତରେ ବନ୍ଦ କରିବାକୁ ଡ଼ୋନାଲ୍ଡ ଟ୍ରମ୍ପଙ୍କ ନିର୍ଦ୍ଦେଶ 🔴 ଆଦିବାସୀଙ୍କ ବିକାଶ ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମ 🔴 ପୁଣି ଏକ ବିମାନ କ୍ରାସ 🔴 ଭାରତ-ବ୍ରିଟେନ ମଧ୍ୟରେ ଐତିହାସିକ ଚୁକ୍ତି 🔴 ‘ଅନାସ୍ଥା ଆଣିଲେ ସରକାର ଆହତ ହେବେନି ନିଜେ କ୍ଷତାକ୍ତ ହେବେ’ 🔴 ସରପଞ୍ଚଙ୍କ ଆତ୍ମହୁତି ଧମକ 🔴 ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ 🔴 ଅବପାତରେ ପରିଣତ ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ 🔴 ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର ରାମଚନ୍ଦ୍ର ନାୟକ 🔴 ମାଇକ୍ରୋସଫ୍ଟ ଏବଂ ଗୁଗୁଲକୁ ଭାରତରେ ବନ୍ଦ କରିବାକୁ ଡ଼ୋନାଲ୍ଡ ଟ୍ରମ୍ପଙ୍କ ନିର୍ଦ୍ଦେଶ 🔴 ଆଦିବାସୀଙ୍କ ବିକାଶ ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମ 🔴 ପୁଣି ଏକ ବିମାନ କ୍ରାସ 🔴 ଭାରତ-ବ୍ରିଟେନ ମଧ୍ୟରେ ଐତିହାସିକ ଚୁକ୍ତି 🔴 ‘ଅନାସ୍ଥା ଆଣିଲେ ସରକାର ଆହତ ହେବେନି ନିଜେ କ୍ଷତାକ୍ତ ହେବେ’ 🔴 ସରପଞ୍ଚଙ୍କ ଆତ୍ମହୁତି ଧମକ 🔴 ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ