Masthead

ନୀରଜ ଚୋପ୍ରାଙ୍କ ନୂଆ ରେକର୍ଡ, ଜାଭେଲିନ ଥ୍ରୋରେ ୯୦ ମିଟର ପାର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ନିରଜ ଚୋପ୍ରାଙ୍କ ନୂଆ ରେକର୍ଡ । ଜାଭେଲିନ ଥ୍ରୋରେ ଇତିହାସ ରଚିଛନ୍ତି ନୀରଜ ଚୋପ୍ରା । ଦୋହା ଡାଇମଣ୍ଡ ଲିଗରେ ରୌପ୍ୟ ପଦକ ଜିତି ନିଜ ନାମରେ ଆଉ ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି ନିରଜ ଚୋପ୍ରା । ଦୋହା ଡାଇମଣ୍ଡ ଲିଗରେ ୯୦ ଦଶମିକ ୨୩ ମିଟର ମିଟର ଦୂରକୁ ଜାଭେଲିନ୍ ଫିଙ୍ଗି ତୃତୀୟ ଏସୀୟ ଖେଳାଳି ହୋଇଛନ୍ତି ନିରଜ ଚୋପ୍ରା । ନିରଜ ତାଙ୍କର ତୃତୀୟ ପ୍ରୟାସରେ ୯୦ ଦଶମିକ ୨୩ ମିଟର ଜାଭେଲିନ୍ ଥ୍ରୋ କରିଥିଲେ । ନୀରଜ ଏହି ସଫଳତା ହାସଲ କରିବାରେ ବିଶ୍ୱର ୨୫ତମ ଖେଳାଳି ହୋଇଥିବା ବେଳେ ତୃତୀୟ ଏସୀୟ ଖେଳାଳି ହୋଇଛନ୍ତି । ନିରଜ ଚୋପ୍ରା ତାଙ୍କ କ୍ୟାରିୟରର ସର୍ବୋତ୍ତମ ସ୍କୋର କରିଛନ୍ତି । ଜର୍ମାନୀର ଜୁଲିଆନ୍ ୱେବର ୯୧.୦୬ ମିଟର ଦୂରତାକୁ ଜାଭେଲିନ୍ ଫିଙ୍ଗି ଏହି ଲିଗ୍‌ର ଶ୍ରେଷ୍ଠ ସ୍କୋର କରିଥିଲେ। ଏହି ଜାଭେଲିନ୍ ଥ୍ରୋ ଇଭେଣ୍ଟରେ ଆଉ ଜଣେ ଭାରତୀୟ ଖେଳାଳି କିଶୋର ଜେନା ଅଷ୍ଟମ ସ୍ଥାନ ଅଧିକାର କରିଛନ୍ତି । କିଶୋର ୭୮ ଦଶମିକ ୬୦ ମିଟରର ଦୂର ଜାଭେଲିନ୍ ଫିଙ୍ଗି ତାଙ୍କର ସର୍ବୋତ୍ତମ ସ୍କୋର କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା