Masthead

ପୁଣି ଇତିହାସ ରଚିଲେ ନୀରଜ ଚୋପ୍ରା; ବିଶ୍ୱ ଆଥ୍‌ଲେଟିକ୍ସ ଚାମ୍ପିଅନସିପ୍‌ରେ ସ୍ୱର୍ଣ୍ଣ ଜିତିଲେ ନୀରଜ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ଇତିହାସ ରଚିଲେ ନୀରଜ ଚୋପ୍ରା । ବିଶ୍ୱ ଆଥ୍‌ଲେଟିକ୍ସ ଚାମ୍ପିଅନସିପ୍‌ରେ ସ୍ୱର୍ଣ୍ଣ ଜିତିଲେ ନୀରଜ ଚୋପ୍ରା । ପାକିସ୍ତାନ ପ୍ରତିଦ୍ୱନ୍ଦ୍ୱୀଙ୍କୁ ପଛରେ ପକାଇ ଜିତିଲେ ସ୍ୱର୍ଣ୍ଣ ପଦକ । ୱାର୍ଲଡ ଆଥଲେଟିକ୍ସ ଚାମ୍ପିଅନସିପର ୪୦ ବର୍ଷର ଇତିହାସରେ ପ୍ରଥମ ଥର ପାଇଁ ଭାରତକୁ ମିଳିଛି ସ୍ୱର୍ଣ୍ଣ ପଦକ। ବୁଦାପେଷ୍ଟରେ ଅନୁଷ୍ଠିତ ପୁରୁଷ ଜାଭଲିନ୍ ଥ୍ରୋ ଫାଇନାଲରେ ଐତିହାସିକ ସଫଳତା ପାଇଛନ୍ତି ନୀରଜ।

ପ୍ରଥମ ଥ୍ରୋ ଫାଉଲରୁ ଆରମ୍ଭ କରିଥିଲେ ବି ଦ୍ୱିତୀୟ ପ୍ରୟାସରେ ୮୮.୧୭ ମିଟର ଫୋପାଡି ସ୍ୱର୍ଣ୍ଣ ପଦକ ପାଇଁ ଦାବିଦାର ହୋଇଥିଲେ ନୀରଜ। ପାକିସ୍ତାନର ଅର୍ଶଦ ନଦୀମ ଋତୁର ଶ୍ରେଷ୍ଠ ପ୍ରଦର୍ଶନ ସହ ୮୭.୮୨ ମିଟରରେ ରୌପ୍ୟ ଏବଂ ଚେକ୍‌ ରିପବ୍ଲିକ୍‌ର ଜାକବ ଭାଦଲେଜକ ୮୬.୬୭ ମିଟର ସହ କାଂସ୍ୟ ପଦକ ଜିତିଛନ୍ତି ।

ଏଥିସହ ନୀରଜଙ୍କ ସୋ-କେସ୍‌ରେ ବିଶ୍ବ ଚାମ୍ପିଅନ୍‌ସିପ୍‌ ସ୍ବର୍ଣ୍ଣ ପାଇଁ ଥିବା ଖାଲିସ୍ଥାନ ଏବେ ପୂରଣ ହୋଇଯାଇଛି । ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନସିପରେ ସ୍ୱର୍ଣ୍ଣ ପଦକ ଜିଥି ପ୍ରଥମ ଭାରତୀୟ ଭାବେ ନୀରଜ ଏହି ବିରଳ ସଫଳତାର ଅଧିକାରୀ ହୋଇପାରିଛନ୍ତି। ପୂର୍ବରୁ ଟୋକିଓ ଅଲିମ୍ପିକ୍ସରେ ଦେଶ ପାଇଁ ଗୋଲ୍ଡ ମେଡାଲ ଜିତିଥିଲେ ନୀରଜ। ଏବେ ନୀରଜଙ୍କ ସ୍ୱର୍ଣ୍ଣିମ ସଫଳତାରେ ସାରା ଦେଶ ଉତ୍ସବମୁଖର ହୋଇଯାଇଛି। କ୍ରୀଡାପ୍ରେମୀଙ୍କ ସହ ବିଶିଷ୍ଟ ବ୍ୟକ୍ତି ଶୁଭେଚ୍ଛା ଜଣାଇଛନ୍ତି ।

ସେପଟେ ବିଶ୍ୱ ଆଥଲେଟିକ୍ସ ଚାମ୍ପଅନସିପରେ କ୍ୟାରିୟର ଶ୍ରେଷ୍ଠ ପ୍ରଦର୍ଶନ (୮୪.୭୭ ମିଟର) ଦେଇଛନ୍ତି ଓଡ଼ିଆ ପୁଅ କିଶୋର କୁମାର ଜେନା। ପଦକ ପାଇନଥିଲେ ବି ନିରାଶ କରିନାହାଁନ୍ତି। ଦମଦାର ପ୍ରଦର୍ଶନ ସହ ପଂଚମ ସ୍ଥାନରେ ରହିଛନ୍ତି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ