Masthead

ଚିକିତ୍ସାରେ ଅବହେଳା, ଡାକ୍ତରଙ୍କୁ ନିସ୍ତୁକ ମାଡ଼

ବଲାଙ୍ଗୀର (ବଡ଼ ଖବର ବ୍ୟୁରୋ): ରୋଗୀଙ୍କ ମୃତ୍ୟୁକୁ ନେଇ ମଦ୍ୟପ ଡାକ୍ତରଙ୍କୁ ନିସ୍ତୁକ ମାଡ । ରୋଗୀ ମୃତ୍ୟୁକୁ ନେଇ ହସ୍ପିଟାଲରେ ଉତ୍ତେଜନା । ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରକୁ ନିସ୍ତୁକ ମାଡ ମାରିଲେ ରୋଗୀଙ୍କ ସମ୍ପର୍କୀୟ । ଏଭଳି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ । ଅଭିଯୋଗ ଅନୁସାରେ ଗତକାଲି ରାତିରେ ବଲାଙ୍ଗିର ସହର କନ୍ଧପାଲି ପଡ଼ାର ନିକୁ ବାରିକ ଅସୁସ୍ଥ ହେବାରୁ ପରିବାର ଲୋକେ ତାଙ୍କୁ ହସପିଟାଲରେ ଭର୍ତି କରିଥିଲେ । ହେଲେ ରାତି ୧୧ ଟାରେ ନିକୁଙ୍କ ମୃତ୍ୟୁ ହୋଇଥିଲା ।

ଡାକ୍ତର ଚିକିତ୍ସାରେ ଅବହେଳା କରିବାରୁ ରୋଗୀର ମୃତ୍ୟୁ ହୋଇଥିବା ଅଭିଯୋଗ କରି ହସ୍ପିଟାଲରେ ଉତ୍ତେଜନା ଦେଖାଦେଇଥିଲା । ଏପରିକି ଡ୍ୟୁଟିରେ ଥିବା ଡାକ୍ତର ମଦ ପିଇଥିବା ଅଭିଯୋଗ କରି ନିସ୍ତୁକ ମାଡ ମାରିଥିଲେ ରୋଗୀଙ୍କ ସମ୍ପର୍କୀୟ । ଏହାକୁ ନେଇ ବିଳମ୍ବିତ ରାତି ପର୍ଯ୍ୟନ୍ତ ମେଡିକାଲରେ ଉତ୍ତେଜନା ଲାଗିରହିଥିଲା । ହସପିଟାଲର ସିକ୍ୟୁରିଟି ଗାର୍ଡ ଡାକ୍ତରଙ୍କୁ ଉଦ୍ଧାର କରିଥିଲେ । ମଦ ପିଇ ଡାକ୍ତର ଡ୍ୟୁଟି କରିବା ତଥା ଡାକ୍ତରକୁ ମରଣାନ୍ତକ ଆକ୍ରମଣ କରିବା ଘଟଣାକୁ ନେଇ ହସ୍ପିଟାଲରେ ଭୟର ବାତାବାରଣ ଦେଖାଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ